୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଭୁବନେଶ୍ୱର ଉପରେ ଥିବା ଲଘୁଚାପ ଅଞ୍ଚଳ ମଧ୍ୟ ଦେଇ ଗତି କରୁଛି ଏବଂ ଦକ୍ଷିଣ ପୂର୍ବ ଦିଗରୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ସମୁଦ୍ର ପତନ ଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଅନ୍ୟପକ୍ଷରେ ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ସଂଲଗ୍ନ ଛତିଶଗଡ଼ ଉପରେ ଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତା ସହ ଦକ୍ଷିଣ ଦିଗକୁ ଗତି କରୁଛି। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଉପରେ ସକ୍ରିୟ ରହିଛି।

ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୫ ତାରିଖ, ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଉତ୍ତର ଓଡିଶା ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଦକ୍ଷିଣ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ କିମ୍ବା ବିଳମ୍ବିତ ସନ୍ଧ୍ୟା ଆଡ଼କୁ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe