୨୪ ଘଣ୍ଟା ମଧ୍ୟରେ ଏହି ୧୩ ଜିଲ୍ଲାରେ ରହିଛି ବର୍ଷା ସମ୍ଭାବନା

୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାରେ କାଳବୈଶାଖୀ ଆଶଙ୍କା; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ବାଲେଶ୍ୱର ଉପର ଦେଇ ପୂର୍ବ-ପୂର୍ବ ଦିଗରେ ଏବଂ ପରେ ଉତ୍ତର-ପୂର୍ବ ଦିଗରେ ବଙ୍ଗୋପସାଗର ଦେଇ ଗତି କରୁଛି। ଏବଂ ଏହା ସମୁଦ୍ର ପତନଠାରୁ ୦.୯ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୭ ତାରିଖ, ବୁଧବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କୌଣସି ଜିଲ୍ଲାରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ, ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଭଦ୍ରକ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ରାୟଗଡ଼ା ଓ ଗଜପତି ପ୍ରଭୃତି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ମେଘୁଆ ରହିବା ସହ ମଧ୍ୟାହ୍ନ ପରଠାରୁ ବିଳମ୍ବିତ ରାତି ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ମଧ୍ୟମ ଧରଣର ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe