୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୮ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୮ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୨୯ ତାରିଖ, ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ସୋନପୁର ଓ ନୟାଗଡ଼ ପ୍ରଭୃତି ୧୮ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୮ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

publive-image

ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ ପରଠାରୁ ବିଳମ୍ବିତ ରାତି ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ଅସରାଏ ଦୁଇଅସରା ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe