ମୌସୁମୀ ବର୍ଷା ଗାଏବ! ବଢ଼ିବ ଦିନର ତାପମାତ୍ରା; ୧୨ ଜିଲ୍ଲାକୁ ରହିଛି କାଳବୈଶାଖୀ ଭୟ; ୟେଲୋଓ୍ଵାର୍ଣ୍ଣିଂ ଜାରି

Advertisment
୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ କାଳବୈଶାଖୀ ଜନିତ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟ ଉପର ଦେଇ ଯାଇଥିବା ମୌସୁମୀ ଟ୍ରଫ୍‌ ଲାଇନ୍‌ ବର୍ତ୍ତମାନ ଦୁର୍ବଳ ଅବସ୍ଥାରେ ଗତି କରୁଛି। ସେଥିପାଇଁ ରାଜ୍ୟରେ ମୌସୁମୀ ବର୍ଷାର ସମ୍ଭାବନା ନାହିଁ। ଏ ପରିସ୍ଥିତିରେ ରାଜ୍ୟର ଜିଲ୍ଲାଗୁଡ଼ିକରେ ଆସନ୍ତା ୩ ଦିନ ମଧ୍ୟରେ ଦିନବେଳା ସର୍ବାଧିକ ତାପମାତ୍ରା ସ୍ୱାଭାବିକ ଠାରୁ ୩ରୁ ୪ ଡିଗ୍ରି ସେଲ୍‌ସିୟସ୍‌ ପର୍ଯ୍ୟନ୍ତ ଅଧିକ ହେବାର ସମ୍ଭାବନା ରହିଛି। ବିଶେଷ କରି ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଦିନର ତାପାମାତ୍ରା ବୃଦ୍ଧି ସହ ଗୁଳୁଗୁଳି ଅସହ୍ୟ ହେବ। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାର ଅନେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ଜୁଲାଇ ୩୦ ତାରିଖ, ଶନିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନୟାଗଡ଼, ବୌଦ୍ଧ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ପ୍ରଭୃତି ୧୨ଟି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା, ପବନ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି। କାଳବୈଶାଖୀ ସମୟରେ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ କାଳବୈଶାଖୀ ସମୟରେ ପଦାକୁ ନ ବାହାରିବା ପାଇଁ ପରାମର୍ଶ ଦେବା ସହ ଏହି ୧୨ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

publive-image

ସେହିପରି ଏହି ସମୟ ମଧ୍ୟରେ ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଅପରାହ୍ନ ପରଠାରୁ ବିଳମ୍ବିତ ରାତି ମଧ୍ୟରେ ଭୁବନେଶ୍ୱରର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ବଜ୍ରପାତ ସହ ହାଲୁକା ବର୍ଷା ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

publive-image

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe