୨୫ରେ ୯ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା

Advertisment
ଦୀପାବଳିରେ କାଁ ଭାଁ ବର୍ଷା, ବାଂଲାଦେଶ ଛୁଇଁବ ବାତ୍ୟା

Image Courtesy of Business Standard

ଭୁବନେଶ୍ବର: ଗତ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଜିଲ୍ଲାରେ ପାଗ ଶୁଖିଲା ରହିଥିଲା। ଖୋର୍ଧା ଓ ଅନୁଗୁଳ ଜିଲ୍ଲାର କିଛି ଅଞ୍ଚଳରେ ହାଲୁକାରୁ ମଧ୍ୟମଧରଣର କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବନିମ୍ନ ରାତ୍ରି ତାପମାତ୍ରା ଖସିଥିବା ବେଳେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଦେଖାଯାଇନାହିଁ। ଆସନ୍ତା ୩ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ଏଥିସହ ଏହି ସମୟରେ ସର୍ବନିମ୍ନ ତାପମାତ୍ରାରେ ବି‌ଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଅନ୍ୟପଟେ ୨୫ ତାରିଖ ଦିନ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୨୫ ତାରିଖ ଦିନ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଭଦ୍ରକ ଓ ବାଲେଶ୍ବର ଆଦି ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ ୨୬ତାରିଖ ଦିନ ମଧ୍ୟ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ରହିଛି। ଅବଶିଷ୍ଟ ଓଡ଼ିଶାରେ ପାଗ ଶୁଖିଲା ଓ ଖରାଟିଆ ରହିବ। ରାଜ୍ୟର ଅଧିକାଂଶ ସ୍ଥାନର ସର୍ବନିମ୍ନ ତାପମାତ୍ରା ସ୍ବାଭାବିକକୁ ଫେରି ଆସିଛି। ଏଣୁ ରାଜ୍ୟରେ ଆଉ ବିଶେଷ ଶୀତ ଅନୁଭୂତ ହେବ ନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe