ଆଜି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବ‌ର୍ଷା: ୨୭ରୁ ଲଘୁଚାପ

Advertisment
ଆଜି ରାଜ୍ୟରେ ବିଜୁଳି, ଘଡ଼ଘଡ଼ି ସହ ବ‌ର୍ଷା: ୨୭ରୁ ଲଘୁଚାପ

TheNational

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର କିଛି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏଥିସହ ଆଜି ରାଜ୍ୟର ଅନେକ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ବର୍ଷାର ସମ୍ଭାବନା ରହିଛି। ଏହାପରେ ୨୮ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ପ୍ରଭାବରେ ରାଜ୍ୟରେ ୨୭ରୁ ୨୯ ତାରିଖ ମଧ୍ୟରେ ଭଲ ବର୍ଷାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ରର ସୂଚନା ମୁତାବକ, ଲଘୁଚାପ ପ୍ରଭାବରେ ୨୭ ତାରିଖରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଉପକୂଳ ଓଡ଼ିଶାର ବାଲେଶ୍ବର, ମାଲକାନଗିରି, କୋରାପୁଟ, କନ୍ଧମାଳ, ଖେର୍ଧା ଓ ପୁରୀ ଆଦି ଜିଲ୍ଲାରେ ବର୍ଷାର ପରିମାଣ ଅଧିକ ରହିବ। କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୮ ଓ ୨୯ ତାରିଖ ଆଡ଼କୁ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବ। ଏଥିସହ ୨୮ ତାରିଖ ଦିନ ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୨୯ ତାରିଖ ଦିନ କେନ୍ଦୁଝର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଅନୁଗୁଳ, କଟକ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଅନେକ ଜିଲ୍ଲାରେ ସେଦିନ ଅତିପ୍ରବଳ ବର୍ଷାର ବି ଆଶଙ୍କା କରାଯାଉଛି।

ରାଜ୍ୟରେ ୧ ଜୁନ୍‌ରୁ ୨୫ ଜୁଲାଇ ମଧ୍ୟରେ ୩୯୭.୯ ମିମି ବର୍ଷା ହୋଇଯାଇଛି। ଏହି ସମୟ ମଧ୍ୟରେ ସ୍ବାଭାବିକ ଭାବେ ୪୮୬.୭ ମିମି ବର୍ଷା ବର୍ଷା ହୋଇଥାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe