ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂରେ ଏହି ସବୁ ଜିଲ୍ଲା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କେତେକ ଜିଲ୍ଳାର କିଛି ସ୍ଥାନରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ନବରଙ୍ଗପୁର। ଏ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଓ ଗଞ୍ଜାମରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସବୁ ଜିଲ୍ଳାକୁ  ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ତେବେ ଏହି ସମୟରେ ରାଜଧାନୀ ଭୁବନେଶ୍ବରର ଆକାଶ ମେଘୁଆ ରହିବ। ସହରର ତାପମାତ୍ରା ୨୬ ଡିଗ୍ରି ସେଲ୍‌ସିୟସ୍‌ରୁ ୩୫ ଡିଗ୍ରି ସେଲ୍‌ସିୟସ ମଧ୍ୟରେ ରହିବ ବୋଲଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

 

 

ସମ୍ବନ୍ଧିତ ଖବର