ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏସବୁ ଜିଲ୍ଲାକୁ ବଜ୍ରପାତ ନେଇ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦ରୁ ଊର୍ଧ୍ୱ ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନୟାଗଡ଼, ଖୋର୍ଦ୍ଧା, ଗଞ୍ଜାମ, କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଝାରସୁଗୁଡା ଓ ସମ୍ବଲପୁର ଆଦି ଜିଲ୍ଲାର ବାସିନ୍ଦାଙ୍କୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ସେହିପରି ଅଗଷ୍ଟ ୨୦ରୁ ୨୧ ତାରିଖ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଭଦ୍ରକ, କଟକ, ଯାଜପୁର, ଢ଼େଙ୍କାନାଳ, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ସମ୍ବଲପୁର ଓ ଝାରସୁଗୁଡା ଆଦି ଜିଲ୍ଲାର ବାସିନ୍ଦାଙ୍କୁ ସତର୍କ ସୂଚନା ଜାରି କରାଯାଇଛି। ତେବେ ଅଗଷ୍ଟ ୨୨ରୁ ୨୪ ତାରିଖ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ଗଜପତି, ଗଞ୍ଜାମ, ଜଗତସିଂହପୁର, ପୁରୀ, କଟକ ଓ ଯାଜପୁର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର