ସନ୍ଧ୍ୟା ସାଢ଼େ ସାତଟା ସୁଦ୍ଧା ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରବିବାର ଦିନ ୧: ୩୦ ରୁ ୪: ୩୦ ମଧ୍ୟରେ ରାଜ୍ୟର ୧୩ଟି ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ଅସରାଏ ଦୁଇ ଅସରା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।

ଉପରୋକ୍ତ ସମୟ ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଏବଂ ନୂଆପଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।

ଏହାଛଡ଼ା ଅପରାହ୍ଣ ୪: ୩୦ରୁ ସନ୍ଧ୍ୟା ୭: ୩୦ ମଧ୍ୟରେ କୋରାପୁଟ, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ଘଡ଼ଘଡ଼ି ସହ ଅସରାଏ ଦୁଇ ଅସରା ପ୍ରବଳ ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

ସମ୍ବନ୍ଧିତ ଖବର