ଅପରାହ୍ଣ ୩: ୧୫ ମଧ୍ୟରେ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶନିବାର ଅପରାହ୍ଣ ୧୨: ୧୫ ରୁ ୩: ୧୫ ମଧ୍ୟରେ ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟାଏ କିଂବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା କଥା ପାଣିପାଗ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ଏହାଛଡ଼ା ନୟାଗଡ଼, କଟକ, ଖୋର୍ଦ୍ଧା, ଯାଜପୁର, ଢେଙ୍କାନାଳ, ଅନଗୁଳ, କେନ୍ଦୁଝର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ବାଲେଶ୍ୱର, ଗଞ୍ଜାମ, ଗଜପତି, ନୂଆପଡ଼ା, ବଲାଙ୍ଗୀର ଆଦି ଜିଲ୍ଲାମାନଙ୍କରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି।

ସମ୍ବନ୍ଧିତ ଖବର