ଅପରାହ୍ଣ ସାଢ଼େ ଚାରିଟା ସୁଦ୍ଧା ରାଜ୍ୟର ପନ୍ଦରଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବୁଧବାର ଅପରାହ୍ଣ ୧: ୩୦ରୁ ଅପରାହ୍ଣ ୪: ୩୦ ମଧ୍ୟରେ ରାଜ୍ୟର ପନ୍ଦରଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ଘଡ଼ଘଡ଼ି ଓ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର