ପୂର୍ବାହ୍ନ ୧୧ଟା ସୁଦ୍ଧା ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଶୁକ୍ରବାର ସକାଳ ୮ଟାରୁ ପୂର୍ବାହ୍ନ ୧୧ଟା ମଧ୍ୟରେ ରାଜ୍ୟର ପାଞ୍ଚଟି ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ଅସରାଏ ଦୁଇ ଅସରା ପ୍ରବଳ ବର୍ଷା ବର୍ଷିବାର ସମ୍ଭାବନା ରହିଥିବା କଥା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି।

ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ଏହି ସମୟ ମଧ୍ୟରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି।

ସମ୍ବନ୍ଧିତ ଖବର