ଭୁବନେଶ୍ୱର: ରାଜ୍ୟର ୧୨ଟି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ରବିବାର ଏହି ସୂଚନା ଦିଆଯାଇଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

Advertisment

ପାଣିପାଗ କେନ୍ଦ୍ର ତରଫରୁ ମିଳିଥିବା ସୂଚନା ଅନୁସାରେ ଉତ୍ତର ଓଡ଼ିଶା ଓ ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, ବୌଦ୍ଧ, କଳାହାଣ୍ଡି, ନବରଙ୍ଗପୁର, ସୋନପୁର, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ।

ଉପକୂଳ ଓଡ଼ିଶାରେ ପୂର୍ବାହ୍ନରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ପ୍ରବଳ ଖରା ଓ ଅସହ୍ୟ ଗରମ ହୋଇଥିଲେ ମଧ୍ୟ ଅପରାହ୍ନ ୪ଟା ପରେ ପାଗରେ ହଠାତ୍‌ ପରିବର୍ତ୍ତନ ଦେଖାଯାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସନ୍ଧ୍ୟା ୬ଟା ମଧ୍ୟରେ କାଳବୈଶାଖୀ ହୋଇପାରେ ବୋଲି ଆଶା କରାଯାଉଛି। ଏହି ସମୟରେ ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ। ତେଣୁ ବାହାରକୁ ଯିବା ପୂର୍ବରୁ ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କାର୍ଯ୍ୟାଳୟ ପରାମର୍ଶ ଦିଆଯାଇଛି।