ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଦ୍ବାଦଶ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୮୨୪୨ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କରଙ୍କୁ ମୋଟ୍ ୪୦୮୪୦ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୨୫୯୮ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୦୧୭୨ଟି ଭୋଟ୍ ପାଇଛନ୍ତି ।
Sambad is now on WhatsApp
Join and get latest news updates delivered to you via WhatsApp
ସୂଚନାଯୋଗ୍ୟ, ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ଏକାଦଶ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୭୪୫୧ ଭୋଟରେ ଆଗୁଆ ରହିଥିଲେ। ଏହି ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୮୦୪୩ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୦,୫୯୨ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୯୪୯୧ଟି ଭୋଟ୍ ପାଇଥିଲେ ।
ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନର ଦଶମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୬୨୨୨ ଭୋଟରେ ଆଗୁଆ ରହିଥିଲେ। ଦଶମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୫୧୯୨ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୮,୯୭୦ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୮୨୪୧ଟି ଭୋଟ୍ ପାଇଥିଲେ ।
ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୪୫୬୧ ଭୋଟରେ ଆଗୁଆ ରହିଥିବା ଜଣାଯାଇଥିଲା। ନବମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୩୨୦୭୫ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୭,୫୧୪ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୬୮୩୫ଟି ଭୋଟ୍ ପାଇଥିଲେ। ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୬୪୦୦ ଭୋଟରେ ଆଗୁଆ ରହିଥିଲେ।
ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୧୮୩୯୭ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୧,୯୯୭ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୨୨୪୭ଟି ଭୋଟ୍ ପାଇଥିଲେ ।
ଦ୍ବିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୩୧୦ ଭୋଟରେ ଆଗୁଆ ରହିଥିଲେ। ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୭୮୬୭ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୪୫୫୭ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୦୫୭ଟି ଭୋଟ୍ ପାଇଥିଲେ ।
ସେହିପରି ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୦୭୮ ଭୋଟରେ ଆଗୁଆ ରହିଥିଲେ । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୩୮୫୨ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୭୪ଟି ଭୋଟ୍ ମିଳିଥିଲା । ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୪୪୨ଟି ଭୋଟ୍ ପାଇଥିଲେ ।