ପୁରୀ: ଜୁଲାଇ ୭ତାରିଖ ଅପରାହ୍ନ ୫ଟାରେ ଟଣାଯିବ ରଥ । ଆଜି ଛତିଶା ନିଯୋଗ ବୈଠକ ବସିଥିବା ବେଳେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ହୋଇଛି । ୫୩ବର୍ଷ ପରେ ବିରଳ ସଂଯୋଗ ପଡ଼ିଛି । ୧୯୭୧ ପରେ ଗୋଟିଏ ଦିନରେ ପଡ଼ୁଛି ନେତ୍ରୋତ୍ସବ, ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା । ତେଣୁ ଏଥର ଦୁଇ ଦିନ ଧରି ରଥଟଣା ଯିବ ।
ଗୋଟିଏ ଦିନରେ ଶ୍ରୀଜୀଉଙ୍କ ଏକାଧିକ ନୀତି ପଡ଼ୁଥିବାରୁ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ପରେ ଜୁଲାଇ ୭ତାରିଖ ଅପରାହ୍ନରେ ରଥଟାଣିବାକୁ ନିଷ୍ପତି କରିଛି ଶ୍ରୀମନ୍ଦିର ପରିଚାଳନା କମିଟି । ଏଥର ୧୫ ଦିନ ପରିବର୍ତେ ୧୩ ଦିନ ଅଣସର ନୀତି ହେବ । ସେହିପରି ଦୁଇ ଦିନ ରଥଟଣା ପରେ ୧୫ଜୁଲାଇରେ ବାହୁଡ଼ା ଓ ୧୭ତାରିଖରେ ହେବ ଶ୍ରୀଜୀଉଙ୍କ ସୁନାବେଶ ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2024/06/cc0e636e-a2a7-42c4-9734-46eaadfaf5d1.jpeg)
