ତିର୍ତ୍ତୋଲରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ୬୪୦୦ ଭୋଟରେ ଆଗୁଆ

ତିର୍ତ୍ତୋଲରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ୬୪୦୦ ଭୋଟରେ ଆଗୁଆ

ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୬୪୦୦ ଭୋଟରେ ଆଗୁଆ ରହିଥିବା ଜଣାଯାଇଛି। ପଞ୍ଚମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ମୋଟ୍ ୧୮୩୯୭ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୧୧,୯୯୭ଟି ଭୋଟ୍ ମିଳିଛି। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୨୨୪୭ଟି ଭୋଟ୍ ପାଇଛନ୍ତି ।

ସୂଚନାଯୋଗ୍ୟ, ଦ୍ବିତୀୟ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୩୩୧୦ ଭୋଟରେ ଆଗୁଆ ରହିଥିଲେ। ଦ୍ବିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୭୮୬୭ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୪୫୫୭ଟି ଭୋଟ୍ ମିଳିଥିଲା। ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୧୦୫୭ଟି ଭୋଟ୍ ପାଇଥିଲେ ।

ସେହିପରି ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୧୦୭୮ ଭୋଟରେ ଆଗୁଆ ରହିଥିଲେ । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କୁ ୩୮୫୨ଟି ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ୨୭୭୪ଟି ଭୋଟ୍ ମିଳିଥିଲା । ଅପରପକ୍ଷରେ କଂଗ୍ରେସ ପ୍ରାର୍ଥୀ ହିମାଂଶୁ ଭୂଷଣ ମଲ୍ଲିକ ୪୪୨ଟି ଭୋଟ୍ ପାଇଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe