ଆଜିଠାରୁ ୨ଦିନିଆ ଓଡ଼ିଶା ଗସ୍ତରେ ଅମିତ ଶାହ

ବିଜେପି ମନ୍ତ୍ରୀଙ୍କୁ ଅଟକାଇଲେ ଶାହ

en.wikipedia.org

ଭୁବନେଶ୍ବର : ୨ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଆଜି ସଂଧ୍ୟାରେ ସେ ଭୁବନେଶ୍ବରରେ ପହଞ୍ଚିବେ। ଭୁବନେଶ୍ବର ଓ କଟକରେ ତାଙ୍କର ବିଭିନ୍ନ କାର୍ଯ୍ୟରେ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି।

ଭୁବନେଶ୍ବର ଆସିବା ପରେ ୮ତାରିଖରେ ଶ୍ରୀ ଶାହ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ କରିବେ। ପରେ କଟକ ଗସ୍ତ କରି ଓଡ଼ିଆ ବଜାରସ୍ଥିତ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିବେ। କଟକ ଇନ୍‌ଡୋର ଷ୍ଟାଡିୟମ୍‌ରେ ପ୍ରଜାତନ୍ତ୍ରର ୭୫ତମ ଅମୃତ ଉତ୍ସବରେ ଯୋଗଦେବେ। କଟକ ଗସ୍ତ ଅବସରରେ ତାଙ୍କୁ ବିଭିନ୍ନ ସ୍ଥାନରେ ବିଜେପି କାର୍ଯ୍ୟକର୍ତାଙ୍କ ଦ୍ବାରା ସ୍ବାଗତ କରାଯିବାର କାର୍ଯ୍ୟକ୍ରମ ରହିଛି। ଅପରାହ୍‌ଣରେ ଶ୍ରୀ ଶାହ ଭୁବନେଶ୍ବରସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଓ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ। ପରେ ‘ମୋଦି @୨୦’ ପୁସ୍ତକର ବୁକ୍‌ ରିଡିଂ କାର୍ଯ୍ୟକ୍ରମରେ ଯୋଗଦେଇ ଦିଲ୍ଲୀ ଫେରିଯିବେ ବୋଲି ଶ୍ରୀ ମହାନ୍ତି ସୂଚନା ଦେଇଛନ୍ତି। ଏହି ସାମ୍ବାଦିକ ସମ୍ମିଳନୀରେ ବିଜେପି ରାଜ୍ୟ ସାଧାରଣ ସଂପାଦିକା ଲେଖାଶ୍ରୀ ସାମନ୍ତସିଂହାର, ସିପ୍ରା ବାଜପେୟୀ ଓ ଠାକୁର ରଞ୍ଜିତ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe