ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

Advertisment
ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷା, ଜାରି ହେଲା ୟେଲୋ ୱାର୍ଣ୍ଣିଂ

SkyMateWeather

ଭୁବନେଶ୍ବର: ବୁଧବାର ଉତ୍ତର ଉପକୂଳ ସମେତ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ପବନର ବେଗ ମଧ୍ୟ ଅଧିକ ରହିବ। ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ଥିବା ବେଳେ କିଛି କିଛି ସ୍ଥାନରେ ଏହାଠାରୁ ଅଧିକ ରହିବ। ତେବେ ଗଞ୍ଜାମ ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେଇପାରେ। ଏଥିସହ ୧୩ଟି ଜିଲ୍ଲାରେ ପବନ ସହ ବିଜୁଳି, ଘଡ଼ଘଡ଼ି ଓ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ ‌କେନ୍ଦ୍ର ପକ୍ଷରୁ ଏହି ସବୁ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। କେନ୍ଦ୍ର ପକ୍ଷରୁ ପ୍ରକାଶିତ ସୂଚନା ଅନୁଯାୟୀ, ଉତ୍ତର ଉପକୂଳ ସମେତ ମାଲକାନାଗିରି, ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ନୟାଗଡ଼, ଖୋର୍ଧା, ପୁରୀ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ିଘଡ଼ି ସହ ବର୍ଷା ହେବ। ଏଥିସହ ଗଞ୍ଜାମ ସହ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୪ ତାରିଖ ଦିନ ମଧ୍ୟ ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବ। କନ୍ଧମାଳ, ନୟାଗଡ଼, ଗଞ୍ଜାମ, କଟକ, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ ଓ ବା‌ଲେଶ୍ବରରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ଏହି ସମୟରେ ପବନର ବେଗ ୩୦ରୁ ୪୦ କିମି ରହିବ। ଏହି ଦିନ ପାଇଁ ମଧ୍ୟ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଜି ରାଜ୍ୟର ଉତ୍ତର ଉପକୂଳ ଓ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ଆଜି ପ୍ରବଳ ବର୍ଷା ହୋଇଯାଇଛି। କଟକରେ ସର୍ବାଧିକ ୩୪.୪ ମିମି ବର୍ଷା ରେକର୍ଡ କରାଯାଇଥିବା ବେଳେ ବୌଦ୍ଧରେ ୨୫ ମିମି, ସୋନପୁରରେ ୨୧.୬ ମିମି, ହୀରାକୁଦ ଓ ଝାରସୁଗୁଡ଼ାରେ ୧୧ ମିମି ଲେଖାଏଁ ବର୍ଷା ହୋଇଯାଇଛି। ଆଜି କିନ୍ତୁ କାଳବୈଶାଖୀ‌ର ପ୍ରଭାବ କେନ୍ଦୁଝରରେ ଅଧିକ ଅନୁଭୂତ ହୋଇଥିଲା। ଏଠାରେ ବର୍ଷା ଅଧିକ ନ ହୋଇଥିଲେ ମଧ୍ୟ ପବନର ବେଗ ଘଣ୍ଟାପ୍ରତି ୬୩ କିମି‌ରେ ପହଞ୍ଚିଥିଲା। ବର୍ଷା ଯୋଗୁଁ ତାପମାତ୍ରା ଧୀରେଧୀରେ ଖସୁଛି। ଆଜି ରାଜ୍ୟର ସର୍ବାଧିକ ତାପମାତ୍ରା ୩୭ ଡିଗ୍ରି ରେକର୍ଡ କରାଯାଇଛି। ଆସନ୍ତା ୩ରୁ ୪ ଦିନ ମଧ୍ୟରେ ରାଜ୍ୟର ‌ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବ ନାହିଁ। କିନ୍ତୁ ଆସନ୍ତା ୨ରୁ ୩ ଦିନ ମଧ୍ୟରେ କେନ୍ଦ୍ରୀୟ ଓଡ଼ିଶାର ତାପମାତ୍ରା ୨ରୁ ୩ ଡିଗ୍ରି ଖସିବ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ସମେତ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ ଓ ଅପରାହ୍ନ ସୁଦ୍ଧା ବିଜୁଳି, ଝଡ଼ଝଡ଼ି ସହ ବର୍ଷା ହେବ। ସର୍ବାଧିକ ତାପମାତ୍ରା ୩୪ ଡିଗ୍ରି ଓ ସର୍ବନିମ୍ନ ତାପମାତ୍ରା ୨୫ ଡିଗ୍ରି ମଧ୍ୟରେ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe