ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି

Advertisment
ଆଜି ଅନୁଷ୍ଠିତ ହେବ ଅଧରପଣା ନୀତି

ପୁରୀ: ଆଜି ରଥ ଉପରେ ତିନି ଠାକୁରଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ଏଥିପାଇଁ ଶ୍ରୀବିଗ୍ରହମାନଙ୍କ ଅଧର ଉଚ୍ଚାର ଅଧର ହାଣ୍ଡି ପ୍ରସ୍ତୁତ କରି ରଖାଯାଇଛି । ସେହି ହାଣ୍ଡିରେ ଅଧରପଣା ପ୍ରସ୍ତୁତ ହୋଇ ତିନି ରଥରେ ୯ଟି ମାଟିପାତ୍ର ସଜ ବସିବ। ସିଂହଦ୍ବାର ସମ୍ମୁଖ ଛାଉଣୀ ମଠ କୂଅରୁ ପାଣିଆ ଆପଟ ସେବକମାନେ ମୁହଁରେ ତୁଣ୍ଡି ବାନ୍ଧି ପାଣି ଆଣିବେ ।

ପାଣି ଛଣା ହୋଇ ପିତ୍ତଳ ହଣ୍ଡାରେ ରଖାଯିବା ପରେ ସୁପକାର ବା ସୁଆରମାନେ ପଣା ପ୍ରସ୍ତୁତ କରିବେ । ଛାଚି, ସର, କଦଳୀ, ଛେନା, ଗୋଲମରିଚ ଗୁଣ୍ଡ, କର୍ପୁର, ଜାଇଫଳ ଆଦି ମିଶ୍ରଣରେ ଏହି ପଣା ପ୍ରସ୍ତୁତ କରାଯିବ। ପତ୍ରିବଡୁ, ସୁଆରବଡୁ, ଗରାବଡୁ ପାଳିଆ ସେବକ ଏବଂ ପୂଜାପଣ୍ଡା ସେବକ ପଣା ହାଣ୍ଡିକୁ ତିନି ରଥର ପୋଖରିଆ ଉପରେ ପୂଜାର୍ଚ୍ଚନା କରିବା ପରେ ଏହା ଭଙ୍ଗାଯିବ।

ଅଶରୀରିମାନଙ୍କ ଉଦ୍ଧାର ପାଇଁ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯିବାର ପରମ୍ପରା ରହିଛି। ରଥର ପାର୍ଶ୍ବ ଦେବାଦେବୀଙ୍କ ସମେତ ମହାପ୍ରଭୁଙ୍କ ସହ ଭୋଗ ପାଇବା ପାଇଁ ଚଣ୍ଡୀ, ଚାମୁଣ୍ଡାମାନେ ଘୂରି ବୁଲୁଥିବାରୁ ଅଧରହାଣ୍ଡି ଭଙ୍ଗାଯାଇ ସେମାନଙ୍କୁ ପଣା ଉତ୍ସର୍ଗ କରାଯାଇଥାଏ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe