ଆଜି ରଥ କାଠ ଅନୁକୂଳ

ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ପ୍ରଥମ ପର୍ଯ୍ୟାୟ ରଥକାଠ ପହଞ୍ଚିବା ପରେ ଆସନ୍ତାକାଲି ପବିତ୍ର ବସନ୍ତ ପଞ୍ଚମୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥକାଠ ଅନୁକୂଳ ହେବ। ପୁରୀ ରାଜନଅର ପକ୍ଷରୁ ‌ଶୋତ୍ରୀୟ ବ୍ରାହ୍ମଣମାନେ ପୂଜାର୍ଚ୍ଚନା କାର୍ଯ୍ୟ ସଂପାଦନ କରିବେ।

sfsffxx

ପୁରୀ:‌ ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ପ୍ରଥମ ପର୍ଯ୍ୟାୟ ରଥକାଠ ପହଞ୍ଚିବା ପରେ ଆସନ୍ତାକାଲି ପବିତ୍ର ବସନ୍ତ ପଞ୍ଚମୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥକାଠ ଅନୁକୂଳ ହେବ। ପୁରୀ ରାଜନଅର ପକ୍ଷରୁ ‌ଶୋତ୍ରୀୟ ବ୍ରାହ୍ମଣମାନେ ପୂଜାର୍ଚ୍ଚନା କାର୍ଯ୍ୟ ସଂପାଦନ କରିବେ। ତିନିରଥ ପାଇଁ ତିନିଟି ୧୨ ଫୁଟିଆ ଧଉରା କାଠକୁ ଶୋତ୍ରୀୟ ବ୍ରାହ୍ମଣମାନେ ମା’ ସରସ୍ବତୀଙ୍କୁ ଆବାହନପୂର୍ବକ ଫୁଲଚନ୍ଦନ, ପଞ୍ଚାମୃତ, ଅର୍ଘ୍ୟ, ମହାପ୍ରସାଦ ଆଦି ଅର୍ପଣ କରି ପୂଜାର୍ଚ୍ଚନା କରିବେ। ଚଳିତବର୍ଷର ରଥଯାତ୍ରା ନିର୍ବିଘ୍ନରେ ଶେଷ ପାଇଁ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବେ।

 ଏ ନେଇ ପ୍ରସ୍ତୁତି ଶେଷ ହୋଇଛି। ରଥ ସଂହିତା ଅନୁଯାୟୀ, ତିନିରଥ ନିର୍ମାଣ ପାଇଁ ୪୨୬ ଖଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାସି ଓ ୩ ଖଣ୍ଡ ଶିମିଳି କାଠ, ଏପରି ‌ମୋଟ୍‌ ୮୬୫ ଖଣ୍ଡ କାଠ ଆବଶ୍ୟକ ଥାଏ। ଗତବର୍ଷର ୫୧ ଖଣ୍ଡ କାଠ ବଳି ପଡ଼ିଥିଲା। ଏଣୁ ଚଳିତବର୍ଷ ରଥଯାତ୍ରା ପାଇଁ ୮୧୪ ଖଣ୍ଡ ରଥକାଠ ଆସିବ। ଇତିମଧ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୧ ଖଣ୍ଡ ଧଉରା ଓ ଅସନ କାଠ ନୟାଗଡ଼ ବନଖଣ୍ଡ ଦଶପଲ୍ଲା ବନାଞ୍ଚଳରୁ ଆସିସାରିଛି। ପର୍ଯ୍ୟାୟକ୍ରମେ ବାକି କାଠ ପହଞ୍ଚିବା ପରେ ରାମନବମୀରେ ରଥକାଠ ଚିରଟ ଓ ଅକ୍ଷୟ ତୃତୀୟାରେ ରଥ ନିର୍ମାଣ କାର୍ଯ୍ୟର ଅନୁକୂଳ ନୀତି ଅନୁଷ୍ଠିତ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe