ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ, ଉପସ୍ଥାପନ ହେବ ପୂର୍ଣ୍ଣାଙ୍ଗ ବଜେଟ୍

ଭୁବନେଶ୍ବର : ଆଜିଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ। ଅଧିବେଶନର ପ୍ରଥମ ଦିନରେ ଅର୍ଥାତ୍ ଆଜି ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ ହେବ। ଦୁଇଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ଅଧିବେଶନରେ ୨୪ଟି କାର୍ଯ୍ୟଦିବସ ରହିଛି। ଅନ୍ୟପକ୍ଷରେ ଚଳିତ ବିଧାନସଭାର ଅଧିବେଶନର କାର୍ଯ୍ୟ ସମୟକୁ ଘଣ୍ଟାଏ ବୃଦ୍ଧି କରାଯାଇଛି।

ପୂର୍ବରୁ କରୋନା ପାଇଁ ୫ଘଣ୍ଟା ଚାଲୁଥିବା ବେଳେ ଏବେ ପ୍ରତ୍ୟେକ ଦିନ ୬ଘଣ୍ଟା ଗୃହ ଚାଲିବ। ସକାଳ ସାଢ଼େ ୧୦ଟାରୁ ଆରମ୍ଭ ହୋଇ ଅପରାହ୍‌ଣ ଦେଢ଼ଟା ଓ ଅପରାହ୍‌ଣ ୪ଟାରୁ ସଂଧ୍ୟା ୭ଟା ପର୍ଯ୍ୟନ୍ତ କାର୍ଯ୍ୟ ଚାଲିବ। ବିଧାନସଭା ଉପଲକ୍ଷେ ସବୁ ମନ୍ତ୍ରୀ, ବିଧାୟକ, ସୁରକ୍ଷାକର୍ମୀ, ବିଧାନସଭା କର୍ମଚାରୀ ଓ ଅନ୍ୟମାନଙ୍କ କରୋନା ପରୀକ୍ଷା କରାଯାଇଛି। ତେବେ ବିଧାନସଭା ପାଇଁ ରଣନୀତି ପ୍ରସ୍ତୁତ ନେଇ ଆସନ୍ତାକାଲି ବିଜେପି, ବିଜେଡି ଓ କଂଗ୍ରେସର ବିଧାୟକ ଦଳ ବୈଠକ ଅନୁଷ୍ଠିତ ହେବ। ଆଜି ରଥଯାତ୍ରା ପାଇଁ ଏହି ବୈଠକକୁ ସ୍ଥଗିତ ରଖାଯାଇଥିଲା।

ସମ୍ବନ୍ଧିତ ଖବର