ଭୁବନେଶ୍ବର : ରବିବାର ପୂର୍ବାହ୍ନରେ ରାଜ୍ୟ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ପ୍ରଥମେ ମନ୍ତ୍ରୀ ପରିଷଦ ବୈଠକ ବସିବ। ଏଥିରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ବଜେଟ୍କୁ ମୋହର ମରାଯିବ। ଏହା ପରେ କ୍ୟାବିନେଟ୍ ବୈଠକ ବସି ବଜେଟ୍କୁ ମଞ୍ଜୁରୀ ମିଳିବ। କ୍ୟାବିନେଟ୍ରେ ମୋଟ୍ ୨୭ଟି ଏଜେଣ୍ଡା ଆସିବାର କାର୍ଯ୍ୟକ୍ରମ ରହିଛି। ପଞ୍ଚାୟତ ଓ ପୌର ନିର୍ବାଚନରେ ଶାସକ ଦଳର ସଫଳତା ପରେ ଏହା ପ୍ରଥମ କ୍ୟାବିନେଟ୍ ବୈଠକ ହୋଇଥିବାରୁ ସରକାର କିଛି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ କରିବାର ସମ୍ଭାବନା ରହିଛି। ସୂଚନାଯୋଗ୍ୟ ଯେ ଆସନ୍ତା ୩୦ ତାରିଖରେ ବିଧାନସଭାରେ ବଜେଟ୍ ଉପସ୍ଥାପନ ହେବ।
ଆଜି ମନ୍ତ୍ରୀ ପରିଷଦ, କ୍ୟାବିନେଟ୍ ବୈଠକ
/sambad/media/post_attachments/wp-content/uploads/2020/07/naveen-patnaik-1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)