ଆଜି ରଥଯାତ୍ରା ଦ୍ବିତୀୟ ସମନ୍ବୟ ବୈଠକ

ଶ୍ରୀମନ୍ଦିରରେ ବଡ଼ ମହାସ୍ନାନ: ଦୁଇଘଣ୍ଟା ଦର୍ଶନ ବନ୍ଦ

atlasobscura.com

ପୁରୀ : ଦେଢ଼ ମାସ ପରେ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏ ନେଇ ଶନିବାର ରଥଯାତ୍ରା ଦ୍ବିତୀୟ ସମନ୍ବୟ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି। ଆଇନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଯାଉଥିବା ଏହି ବୈଠକରେ ରାଜନେତାଙ୍କଠାରୁ ଆରମ୍ଭ କରି ବରିଷ୍ଠ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ରହିବେ।

ଯେହେତୁ ଆଇନ ମନ୍ତ୍ରୀ ଏହି ବୈଠକରେ ଉପସ୍ଥିତ ରହିବେ, ସେ ଦୃଷ୍ଟିରୁ ସେବାୟତମାନେ ରଥଯାତ୍ରା ପୂର୍ବ ଅବ୍ୟବସ୍ଥା ଉପରେ ସେମାନଙ୍କ ସ୍ବରକୁ ଶାଣିତ କରିବେ ବୋଲି ଚର୍ଚ୍ଚା ହେଉଛି। ବିଶେଷ କରି ପରିକ୍ରମା ପ୍ରକଳ୍ପ, ବଡ଼ଦାଣ୍ଡ ରାସ୍ତା କାମଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ଓ ଅନ୍ୟାନ୍ୟ ଅବ୍ୟବସ୍ଥା ଏଥର ପ୍ରମୁଖ ପ୍ରସଙ୍ଗ ହେବ ବୋଲି ଶୁଣିବାକୁ ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe