ଭୁବନେଶ୍ବର: ଆଜି ଶ୍ରାବଣ ମାସର ତୃତୀୟ ସୋମବାର। ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ପ୍ରମୁଖ ଶୈବପୀଠ। ସକାଳୁ ସକାଳୁ ବିଭିନ୍ନ ଶିବମନ୍ଦିରରେ ଜଳ ଲାଗି ପାଇଁ ଲାଗିଛି କାଉଡ଼ିଆଙ୍କ ଭିଡ଼। ଧାଡ଼ିବାନ୍ଧି ଲାଇନରେ ଯାଇ ଦେବ ଦେବ ମହାଦେବଙ୍କୁ ଜଳାଭିଷେକ କରି ଆଶିଷ ଭିକ୍ଷା କରୁଛନ୍ତି ଭକ୍ତ। ରାଜଧାନୀ ଭୁବନେଶ୍ୱରର ଆରାଧ୍ୟ ଲିଙ୍ଗରାଜ, ପୁରୀର ମହାପ୍ରଭୁ ଲୋକନାଥ, ଢେଙ୍କାନାଳର କପିଳାସ, କଟକର ଧବଳେଶ୍ବର, ଭଦ୍ରକ ଆରଡ଼ିର ଆଖଣ୍ଡଳମଣୀ ଓ ନୟାଗଡ଼ର ଲଡ଼ୁବାବାଙ୍କ ପୀଠ ଭଳି ପ୍ରମୁଖ ଶୈବପୀଠରେ ବଡ଼ି ଭୋରରୁ କାଉଡ଼ିଆମାନଙ୍କ ଭିଡ଼ ଦେଖିବାକୁ ମିଳିଛି। ଅନେକ ଶ୍ରଦ୍ଧାଳୁ ମାଇଲ ମାଇଲ ବାଟ ଚାଲି ପାଣି ଭାର ଉଠାଇ ଶିବଙ୍କୁ ଜଳ ଲାଗି କରିଛନ୍ତି।
ଆଜି ଶ୍ରାବଣ ତୃତୀୟ ସୋମବାର: ଚଳଚଞ୍ଚଳ ରାଜ୍ୟର ପ୍ରମୁଖ ଶୈବପୀଠ
Advertisment
Follow Us