କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ (ମାଟ୍ରିକ୍) ପରୀକ୍ଷାଫଳ ଆସନ୍ତାକାଲି, ରବିବାର ସକାଳ ସାଢେ ୧୦ଟାରେ କଟକସ୍ଥିତ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ପ୍ରକାଶ ପାଇବ। ମାଟ୍ରିକ୍ ସହ ମଧ୍ୟମା (ସଂସ୍କୃତ ଟୋଲ୍) ଓ ରାଜ୍ୟ ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା (ପ୍ରଥମ)ର ଫଳାଫଳ ପ୍ରକାଶ କରାଯିବ। ମାଟ୍ରିକ, ମାଧ୍ୟମା ଓ ମୁକ୍ତବିଦ୍ୟାଳୟ ପରୀକ୍ଷାଫଳ ରବିବାର ସକାଳ ୧୧ଟା ୩୦ରେ ବୋର୍ଡ ୱେବ୍ସାଇଟ୍ www.bseodisha.ac.inରେ ଉପଲବ୍ଧ ହେବ। ଯେଉଁ ସ୍ଥାନରେ ଇଣ୍ଟରନେଟ୍ ସୁବିଧା ନାହିଁ, ସେସବୁ ସ୍ଥାନରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ଫୋନ୍ ମାଧ୍ୟମରେ OR10
ବିଦ୍ୟାଳୟର ମୁଖ୍ୟ/ପ୍ରଧାନଶିକ୍ଷକମାନେ ୟୁଜର ଆଇଡି ଓ ପାସ୍ୱାର୍ଡ ବ୍ୟବହାର କରି ଟାବୁଲେସନ୍ ରେଜିଷ୍ଟର୍କୁ ଡାଉନ୍ଲୋଡ୍ କରିପାରିବେ। ଚଳିତ ବର୍ଷ ପ୍ରଥମ କରି ବୋର୍ଡ ପକ୍ଷରୁ ଫଳ ପ୍ରକାଶ ଦିନ ଛାତ୍ରଛାତ୍ରୀଙ୍କୁ ଡିଜିଟାଇଜ୍ ବୋର୍ଡ ସାର୍ଟିଫିକେଟ୍ ପ୍ରଦାନ ବ୍ୟବସ୍ଥା ହୋଇଛି। ରବିବାର ଅପରାହ୍ଣ ୪ଟାରୁ ଅନ୍ଲାଇନ୍ରେ ମାଟ୍ରିକ୍, ମଧ୍ୟମା ଓ ଓପନ୍ ସ୍କୁଲ ପରୀକ୍ଷାର ଡିଜିଟାଇଜ୍ ବୋର୍ଡ ସାର୍ଟିଫିକେଟ୍ ଉପଲବ୍ଧ ହେବ। ଏହି ଡିଜିଟାଇଜ୍ ସାର୍ଟିଫିକେଟ୍ ଛାତ୍ରଛାତ୍ରୀମାନେ ମୋବାଇଲ୍ ମାଧ୍ୟମରେ ମଧ୍ୟ ପାଇପାରିବେ। ପରୀକ୍ଷାଫଳ ପ୍ରକାଶ ପରେ ମେ’ ୨୯ରୁ ଜୁନ୍ ୧୨ ତାରିଖ ମଧ୍ୟରେ ଛାତ୍ରଛାତ୍ରୀ ରିଚେକିଂ ପାଇଁ ଆବେଦନ କରିପାରିବେ। ମାଟ୍ରିକ ପାଇଁ ଅନ୍ଲାଇନ୍ରେ, ମଧ୍ୟମା ଓ ମୁକ୍ତ ବିଦ୍ୟାଳୟ ପାଇଁ ଅଫ୍ଲାଇନ୍ରେ ରିଚେକିଂ ଆବେଦନ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି।