ପୁରୀ: ରଥ ନିର୍ମାଣ ପାଇଁ ବଡ଼ଦାଣ୍ଡରେ ପ୍ରଥମ ପର୍ଯ୍ୟାୟ ରଥକାଠ ପହଞ୍ଚିବା ପରେ ଆସନ୍ତାକାଲି ବୁଧବାର ପବିତ୍ର ବସନ୍ତ ପଞ୍ଚମୀ ବା ଶ୍ରୀପଞ୍ଚମୀରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ରଥକାଠ ଅନୁକୂଳ ହେବ। ରାଜନଅର ପକ୍ଷରୁ ଶୋତ୍ରୀୟ ବ୍ରାହ୍ମଣମାନେ ଏହି ପୂଜାର୍ଚ୍ଚନା କାର୍ଯ୍ୟ ସମ୍ପାଦନ କରିବେ। ତିନି ରଥ ପାଇଁ ତିନିଟି ୧୨ ଫୁଟିଆ ଧଉରା କାଠକୁ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ପୂଜାର୍ଚ୍ଚନା କରାଯିବ। ଶୋତ୍ରୀୟ ବ୍ରାହ୍ମଣମାନେ ବାଗଦେବୀ ମା’ ସରସ୍ବତୀଙ୍କୁ ଆବାହନ ସହ ଫୁଲ, ଚନ୍ଦନ, ପଞ୍ଚାମୃତ, ଅର୍ଘ୍ୟ, ମହାପ୍ରସାଦ ଆଦି ଅର୍ପଣ କରିବେ। ଏ ନେଇ ପ୍ରସ୍ତୁତି ଶେଷ ହୋଇଛି। ବୁଧବାର ଅପରାହ୍ଣରେ ଏହି କାର୍ଯ୍ୟ ସମ୍ପନ୍ନ ହେବ। ରଥ ସଂହିତା ଅନୁଯାୟୀ, ତିନି ରଥ ନିର୍ମାଣ ପାଇଁ ୪୨୬ ଖଣ୍ଡ ଧଉରା, ୩୬୪ ଖଣ୍ଡ ଅସନ, ୭୨ ଖଣ୍ଡ ଫାସି ଓ ୩ ଖଣ୍ଡ ଶିମିଳି କାଠ, ଏପରି ମୋଟ୍ ୮୬୫ ଖଣ୍ଡ କାଠ ଆବଶ୍ୟକ ଥାଏ। ଶ୍ରୀମନ୍ଦିର ବରିଷ୍ଠ ତତ୍ତ୍ବାବଧାରକ ସୁଦର୍ଶନ ମେକାପ କହିଛନ୍ତି, ଗତବର୍ଷର ୫୩ ଖଣ୍ଡ କାଠ ବଳକା ରହିଥିଲା। ଏଣୁ ଚଳିତବର୍ଷ ରଥଯାତ୍ରା ପାଇଁ ୮୧୨ ଖଣ୍ଡ ରଥକାଠ ଆସିବ। ଏ ଭିତରେ ପ୍ରଥମ ପର୍ଯ୍ୟାୟରେ ୧୦୪ ଖଣ୍ଡ ଧଉରା ଓ ଅସନ କାଠ ନୟାଗଡ଼ ବନଖଣ୍ଡ ନୟାଗଡ଼ ବନାଞ୍ଚଳ ଓ ଦଶପଲ୍ଲା ବନାଞ୍ଚଳରୁ ଆସିସାରିଛି।
ଆଜି ରଥକାଠ ଅନୁକୂଳ
/sambad/media/post_attachments/wp-content/uploads/2024/02/fffhhffh.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)