ଆଜି ରତ୍ନଭଣ୍ଡାର ଖୋଲିବ, ହେଲେ ହେବନି ଗଣତିମଣତି

Advertisment
ଆଜି ରତ୍ନଭଣ୍ଡାର ଖୋଲିବ, ହେଲେ ହେବନି ଗଣତିମଣତି

odishabytes.com

ପୁରୀ: ଆଜି ରତ୍ନଭଣ୍ଡାର ଖୋଲିବ, ହେଲେ ରତ୍ନଭଣ୍ଡାରର ଗଣତି ହେବନି। ରତ୍ନଭଣ୍ଡାରରୁ ସୁନା ଅଳଙ୍କାର ଷ୍ଟ୍ରଙ୍ଗରୁମକୁ ଟ୍ରାନ୍ସଫର ହେବା ପରେ, ଭିତର ରତ୍ନଭଣ୍ଡାରର ମରାମତି ହେବ। ଏଥିପାଇଁ ଲାଇଟ୍ ଏବଂ ସିସିଟିଭିର ବ୍ୟବସ୍ଥା କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।

ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି, ଭିତର ରତ୍ନଭଣ୍ଡାରର ମରାମତି ହେବା ପରେ ଯାଇ ରତ୍ନ ଅଳଙ୍କାରର ଗଣତି ମଣତି ହେବ। ତେବେ ଏ ସବୁ କାମ କେତେ ଦିନରେ ସରିବ, ସେନେଇ ସ୍ପଷ୍ଟ ଭାବେ କହିହେବନି ବୋଲି ସେ କହିଛନ୍ତି। ଅନ୍ୟପଟେ ରତ୍ନଭଣ୍ଡାର ମରାମତି, ଗଣତି ମଣତି ସମୟରେ ଦର୍ଶନରେ କୌଣସି ବି ଅସୁବିଧା ହେବନି ବୋଲି ସେ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe