ଯୁକ୍ତ୨ ବିଜ୍ଞାନ ଓ ବାଣିଜ୍ୟ ଫଳ ଆଜି

Advertisment
ଆଜି ପ୍ରକାଶ ପାଇବ ମାଟ୍ରିକ୍‌ ପରୀକ୍ଷାଫଳ

Image Courtesy of India Today

ଭୁବନେଶ୍ବର: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଯୁକ୍ତ୨ କଲେଜ(ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ)ର ବିଜ୍ଞାନ ଓ ବାଣିଜ୍ୟ ବିଭାଗ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ପରିଷଦ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିବେ। ଏହାପରେ ‌ଯେକୌଣସି ସମୟରେ www.orisssaresults.nic.in ୱେବ୍‌ସାଇଟ୍‌ରେ ପରୀକ୍ଷାଫଳ ଉପଲବ୍ଧ ହେବ। ଛାତ୍ରଛାତ୍ରୀ ନିଜର ରୋଲ୍‌ ନମ୍ବର ଦାଖଲ କରି ରେଜଲ୍ଟ ଜାଣିପାରିବେ। ଏଥିସହ ସାମ୍‌ସ କଲେଜ ଇ-ସ୍ପେସ୍‌ରେ ମଧ୍ୟ ପରୀକ୍ଷାର୍ଥୀ ଫଳ ପାଇପାରିବେ।

ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ଦାଶ କହିଛନ୍ତି ଯେ ଛାତ୍ରଛାତ୍ରୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ପ୍ରଥମ ପର୍ଯ୍ୟାୟରେ ବୁଧବାର ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷାଫଳ ପ୍ରକାଶ କରାଯିବ। କଳା ଓ ଧନ୍ଦାମୂଳକ ବିଭାଗର ଉତ୍ତର ଖାତା ମୂଲ୍ୟାୟନ ଶେଷ ହୋଇଛି। ଏବେ ଟାବୁଲେସନ ଜାରି ରହିଛି। ଅଗଷ୍ଟ ପ୍ରଥମ ସପ୍ତାହରେ ଉକ୍ତ ଦୁଇ ବିଭାଗର ପରୀକ୍ଷାଫଳ ପ୍ରକାଶ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏବର୍ଷ ବିଜ୍ଞାନରେ ୭୮ ହଜାର ଓ ବାଣିଜ୍ୟରେ ୨୪ ‌ହଜାର ଛାତ୍ରଛାତ୍ରୀଙ୍କ ପରୀକ୍ଷା ଫଳ ପ୍ରକାଶ କରାଯିବ। ପୁସ୍ତିକା ଉନ୍ମୋଚନ ଉତ୍ସବରେ ମନ୍ତ୍ରୀଙ୍କ ସମେତ ବିଭାଗୀୟ ସଚିବ, ପରିଷଦ ଅଧ୍ୟକ୍ଷ, ପରୀକ୍ଷା ନିୟନ୍ତ୍ରକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦେଶକ ପ୍ରମୁଖ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe