୫-ଟି ଅଧ୍ୟକ୍ଷଙ୍କ ଉପରକୁ ଟମାଟୋ ମାଡ କଲେ ବ୍ୟକ୍ତି

Advertisment
କ’ଣ ହେବ ପାଣ୍ଡିଆନଙ୍କ ଭବିଷ୍ୟତ

ଭୁବନେଶ୍ୱର: ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ, ଗଞ୍ଜାମ ବେଲଗୁଣ୍ଠା ଗସ୍ତରେ ଯାଇଥିବାବେଳେ ସାମନାକୁ ଆସିଛି ଅଭାବନୀୟ ଦୃଶ୍ୟ । ପାଣ୍ଡିଆନଙ୍କ ଉପରକୁ ଟମାଟୋ ମାଡ କରିଛନ୍ତି ଜଣେ ବ୍ୟକ୍ତି । ତେବେ ଟମାଟୋ ମାଡ ପରେ ବି ଅଟକି ନଯାଇ, ବେଲଗୁଣ୍ଠାରେ ଆୟୋଜିତ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ଜନସଭାକୁ ଉଦବୋଧନ ଦେଇଛନ୍ତି ୫-ଟି ଅଧ୍ୟକ୍ଷ । ସେ କହିଛନ୍ତି, ତାଙ୍କ ଉପରକୁ ଟମାଟୋ, ଅଣ୍ଡା, ଚପଲ, କାଳିମାଡ, ଗୁଳିମାଡ କରନ୍ତୁ । ସେଥିରେ ପରବାୟ ନାହିଁ ।

ଲୋକଙ୍କ ପାଖକୁ ଆସିବେ, ଲୋକଙ୍କ ସେବା କରିଚାଲିବେ । କେବଳ ଏତିକି ନୁହେଁ ବିରୋଧୀଙ୍କୁ ଟାର୍ଗେଟ କରି କହିଛନ୍ତି, ଅନେକ ଲୋକ ଆସିବେ, ମଞ୍ଚ ଉପରେ ଭାଷଣ ଦେଇ ଚାଲିଯିବେ । ଅନ୍ୟପଟେ ଟମାଟୋ ମାରିଥିବା ବ୍ୟକ୍ତି ଜଣଙ୍କ କଂଗ୍ରେସର କର୍ମୀ ବୋଲି କୁହାଯାଉଛି । ତେବେ କଂଗ୍ରେସ ପକ୍ଷରୁ ଏନେଇ କିଛି ସ୍ପଷ୍ଟ କରାଯାଇନାହିଁ । ଟମାଟୋ ମାରିଥିବା ବ୍ୟକ୍ତିଙ୍କୁ ପୁଲିସ କାବୁ କରିବା ସହ ପଚରାଉଚୁରା କରୁଥିବା ଜଣାପଡିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe