ଆସନ୍ତାକାଲି ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ: ଗଣଶିକ୍ଷା ସଚିବ

ଭୁବନେଶ୍ୱର: ଟ୍ରେଡ ୟୁନିୟନ୍‌ର ବନ୍ଦ ଡାକରା ଯୋଗୁଁ ମଙ୍ଗଳବାର ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ, କଲେଜ ଓ ବିଶ୍ୱବିଦ୍ୟାଳୟ ଗୁଡ଼ିକ ବନ୍ଦ ରହିବ ବୋଲି ସୋମବାର ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ପ୍ରସ୍ତାବିତ ବନ୍ଦ ପାଳନକୁ ଦୃଷ୍ଟିରେ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେବଳ ୮ ତାରିଖ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ ବୋଲି ଘୋଷଣା କରାଯାଇଥିବା ବେଳେ ୯ ତାରିଖରେ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ କି ନାହିଁ ସେନେଇ ଆସନ୍ତାକାଲି ନିଷ୍ପତି ନିଆଯିବ ।

ବିଜେପି ନେତୃତ୍ୱାଧୀନ ଏନଡିଏ ସରକାରଙ୍କ ଆର୍ଥିକ ନୀତିକୁ ବିରୋଧ କରି କେନ୍ଦ୍ରୀୟ ଶ୍ରମିକ ସଂଗଠନଗୁଡ଼ିକ ଆସନ୍ତା ୮ ଓ ୯ ତାରିଖରେ ଦୁଇ ଦିନିଆ ଧର୍ମଘଟ କରିବା ଲାଗି ଘୋଷଣା କରିଛନ୍ତି  । ଦେଶର ବାମପନ୍ଥୀ ଚାଷୀ ସଂଗଠନଗୁଡ଼ିକ ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ୮ ତାରିଖ ସକାଳ ୬ଟାରୁ ୧୦ ତାରିଖ ସକାଳ ୬ଟା ଯାଏଁ ୪୮ ଘଣ୍ଟା ପାଇଁ ଏହି ଧର୍ମଘଟ ହେବ । ଏଥିରେ ଆଇଏନଟିୟୁସି, ଏଆଇଟିୟୁସି, ଏଚଏମଏସ, ସିଟୁ, ଏଆଇୟୁଟିୟୁସି ଭଳି ୧୦ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ, କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ କର୍ମଚାରୀ ସଂଘ, ବ୍ୟାଙ୍କ ଓ ବୀମା କର୍ମଚାରୀଙ୍କ ସଂଘ ସମେତ ଜାତୀୟସ୍ତରର ବିଭିନ୍ନ ସ୍ୱାଧୀନ ଶ୍ରମିକ ଓ କର୍ମଚାରୀ ସଂଗଠନ ଏଥିରେ ସାମିଲ୍ ଅଛନ୍ତି।

ସମ୍ବନ୍ଧିତ ଖବର