ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ସରକାର ଗୁରୁତ୍ବ ଦେଉଛନ୍ତି ବୋଲି ଆଜି ବିଧାନସଭାରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ ପାତ୍ର କହିଛନ୍ତି। ଆଜି ପ୍ରଶ୍ନକାଳରେ ବିଧାୟକ ଧ୍ରୁବ ଚରଣ ସାହୁଙ୍କ ମୂଳ ପ୍ରଶ୍ନ ଓ ବିଧାୟକ ନରସିଂହ ମିଶ୍ରଙ୍କ ଅତିରିକ୍ତ ପ୍ରଶ୍ନର ଉତ୍ତର ରଖି ବିଭାଗୀୟ ମନ୍ତ୍ରୀ କହିଛନ୍ତି , ୨୦୧୬ ପର୍ଯ୍ୟଟନ ନୀତି ଅନୁଯାୟୀ ରାଜ୍ୟ ସରକାର ପର୍ଯ୍ୟଟନସ୍ଥଳୀଗୁଡ଼ିକର ଭିତ୍ତିଭୂମିର ବିକାଶ ଜାରି ରଖିଛନ୍ତି। ହୋଟେଲ , ଷ୍ଟାର ହୋଟେଲ ଓ ପ୍ରମୋଦ ଉଦ୍ୟାନ ଖୋଲିବା ପାଇଁ ପଦକ୍ଷେପ ନିଆଯାଉଛି। ପ୍ରାଥମିକତା ଭିତ୍ତିରେ ବଲାଙ୍ଗୀର ଜିଲ୍ଲାରେ ଥିବା ଭୀମ ପାହାଡ଼, ରାଣୀ ଝରିଆଲ ଓ ହରିଶଙ୍କର ଆଦି ପର୍ଯ୍ୟଟନସ୍ଥଳୀର ବିକାଶ କରାଯିବ। ସ୍ଥିତି ଅନୁଧ୍ୟାନ ପରେ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।
ସେହିପରି କୋରାପୁଟ ଜିଲ୍ଲାର ଦେଓମାଳୀ, ଗୁପ୍ତେଶ୍ୱର ଓ ମାଛକୁଣ୍ଡକୁ ପର୍ଯ୍ୟଟନସ୍ଥଳୀ ଘୋଷଣା କରାଯାଇଛି। ହେଲେ ଏଠାରେ ଟଙ୍କାଟିଏ ମଧ୍ୟ ଖର୍ଚ୍ଚ କରାଯାଉନଥିବା ଅଭିଯୋଗ କରିଛନ୍ତି କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି। ସେପଟେ ମନ୍ତ୍ରୀ ତାଙ୍କ ଉତ୍ତରରେ କହିଛନ୍ତି, ଏହି ପ୍ରସଙ୍ଗରେ ଅନୁଧ୍ୟାନ ପରେ ପଦକ୍ଷେପ ନିଆଯିବ।
ପର୍ଯ୍ୟଟନ ସ୍ଥଳୀର ବିକାଶ ପାଇଁ ସରକାର ଗୁରୁତ୍ବ ଦେଉଛନ୍ତି: ମନ୍ତ୍ରୀ
Advertisment
Follow Us