ରଥଯାତ୍ରା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ଚାଲିବ ୨୦୫ଟି ବିଶେଷ ଟ୍ରେନ

Advertisment
ଓଡ଼ିଶାରେ ୧୦୦% ବିଦ୍ୟୁତୀକରଣ ସମ୍ପୂର୍ଣ୍ଣ କଲା ଭାରତୀୟ ରେଳ

RailPost.in

ଭୁବନେଶ୍ୱର: ତୀର୍ଥଯାତ୍ରୀମାନଙ୍କ ଗମନାଗମନ ଏବଂ ସୁବିଧା ପାଇଁ ରଥଯାତ୍ରା ଅବଧି ସମୟରେ ପୁରୀକୁ ଏବଂ ପୁରୀ ଠାରୁ ୨୦୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରାଇବାକୁ ରେଳ ମନ୍ତ୍ରଣାଳୟ ଯୋଜନା କରିଛି | କୋଭିଡ ୧୯ ପ୍ରୋଟୋକଲ ଯୋଗୁଁ ଗତ ଦୁଇ ବର୍ଷରୁ ତୀର୍ଥଯାତ୍ରୀଙ୍କ ବିନା ରଥଯାତ୍ରା ଆୟୋଜିତ ହୋଇଥିବାରୁ ଚଳିତ ବର୍ଷ ପୁରୀରେ ବହୁ ତୀର୍ଥଯାତ୍ରୀ ଏକାଠି ହେବେ ବୋଲି ରେଲୱେ ଆକଳନ କରୁଛି |

ଏହା ବ୍ୟତୀତ ପୂର୍ବ ତଟ ରେଳପଥ ପଡୋଶୀ ରାଜ୍ୟଗୁଡିକର ସ୍ୱତନ୍ତ୍ର ଟ୍ରେନ୍ ବ୍ୟତୀତ ପୁରୀକୁ ଆସୁଥିବା ଏବଂ ପୁରୀଠାରୁ ଛାଡୁଥିବା ଅନେକ ବିଶେଷ ଟ୍ରେନଗୁଡିକରେ ତୀର୍ଥଯାତ୍ରୀମାନଙ୍କୁ ସଂରକ୍ଷିତ କ୍ଲାସ୍ ଯାତ୍ରା ସୁବିଧା କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେଇଛି | ଯାତ୍ରୀ ମାନଙ୍କ ସୁବିଧା ପାଇଁ ଉଭୟ ସଂରକ୍ଷିତ ଓ ଅଣସଂରକ୍ଷିତ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ ହେବାକୁ ଥିବାବେଳେ ଶାଲିମାର (କୋଲକାତା), ଜଗଦଳପୁର, ବିଶାଖାପାଟଣା ସହିତ ଓଡିଶାର ବିଭିନ୍ନ ଅଞ୍ଚଳରୁ ପୁରୀ ପର୍ଯ୍ୟନ୍ତ ସ୍ୱତନ୍ତ୍ର ଟ୍ରେନ୍ ବ୍ୟବସ୍ଥା କରାଯାଇଛି | ନିକଟରେ ଓଡ଼ିଶା ଗସ୍ତରେ ଆସିଥିବାବେଳେ ରେଳ ମନ୍ତ୍ରୀ ୨୦୫ଟି ସ୍ୱତନ୍ତ୍ର ଟ୍ରେନ୍ ଚଳାଇବାକୁ ଘୋଷଣା କରିଥିଲେ |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe