ଅନୁଗୁଳ ଏବଂ ତାଳଚେର ମଧ୍ୟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ: ୧୨ ଟ୍ରେନ୍ ବାତିଲ, ୮ଟି ଟ୍ରେନର ଗତିପଥ ବଦଳିଲା

Advertisment
ଅନୁଗୁଳ ଏବଂ ତାଳଚେର ମଧ୍ୟରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ: ୧୨ ଟ୍ରେନ୍ ବାତିଲ, ୮ଟି ଟ୍ରେନର ଗତିପଥ ବଦଳିଲା

ଭୁବନେଶ୍ବର: ଅନୁଗୁଳ ଏବଂ ତାଳଚେର ରୋଡ ସିଙ୍ଗଲ ଲାଇନ ରେଳ ବିଭାଗ ମଧ୍ୟରେ ଏକ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ହେବା ଫଳରେ ଢେଙ୍କାନାଳ-ସମ୍ବଲପୁର ରେଳ ବିଭାଗରେ ଟ୍ରେନ ସେବା ପ୍ରଭାବିତ ହୋଇଛି। ଫଳସ୍ୱରୂପ, ୧୨ଟି ଟ୍ରେନ ବାତିଲ ହୋଇଥିବା ବେଳେ ୮ଟି ଟ୍ରେନର ଗତିପଥ ବଦଳିଛି। ଏନେ ନେଇ ପୂର୍ବତଟ ରେଲଳବାଇ ପକ୍ଷରୁ ସୂଚନା ଦିଆଯାଇଛି। ଆଉ କେତେକ ଟ୍ରେନର ଚଳାଚଳ ସମୟ ପୁନଃ ନିର୍ଦ୍ଧାରିତ ହୋଇଛି।

ମିଳିଥିବା ସୂଚନା ଅନୁଯାୟୀ, ୧୪ ତାରିଖରେ ୦୮୧୦୫ ନମ୍ବର ରାଉରକେଲା ରୁ ରାଉରକେଲା-ପୁରୀ ସ୍ପେଶାଲ୍, ୦୮୧୦୬ ନମ୍ବର ପୁରୀରୁ ପୁରୀ-ରାଉରକେଲା ସ୍ପେଶାଲ୍, ୦୨୮୬୨ ଭୁବନେଶ୍ୱରରୁ ଭୁବନେଶ୍ୱର-ରାଉରକେଲା ଇଣ୍ଟର ସିଟି ସ୍ପେଶାଲ୍, ୦୨୮୬୬ ପୁରୀରୁ ଲୋକମାନ୍ୟ ତିଳକ ସ୍ପେଶାଲ୍, ୦୮୪୯୩ ନମ୍ବର ଭୁବନେଶ୍ୱରରୁ ଭୁବନେଶ୍ୱର-ବଲାଙ୍ଗୀର ଇଣ୍ଟର ସିଟି ସ୍ପେଶାଲ୍, ୦୮୪୯୪ ନମ୍ବର ବଲାଙ୍ଗୀରରୁ ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟର ସିଟି ସ୍ପେଶାଲ୍, ୦୮୪୫୧ ନମ୍ବର ହାଟିଆରୁ ହାଟିଆ-ପୁରୀ ସ୍ପେଶାଲ୍, ୦୮୪୫୨ ନମ୍ବର ପୁରୀରୁ ପୁରୀ-ହାଟିଆ ସ୍ପେଶାଲ୍ , ୦୮୪୨୫ ନମ୍ବର ପୁରୀରୁ ପୁରୀ-ଦୁର୍ଗ ସ୍ପେଶାଲ୍ , ୦୮୧୨୮ ନମ୍ବର ଗୁଣୁପୁରରୁ ଗୁଣୁପୁର-ରାଉରକେଲା ସ୍ପେଶାଲ୍ ଆଦି ଟ୍ରେନକୁ ବାତିଲ କରାଯାଇଛି|

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe