ଆଦିବାସୀ ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଫାଶୀ ଦଣ୍ଡାଦେଶ ପ୍ରସଂଗ : ଅପିଲ ଦାୟର ‌ପ୍ରସଂଗରେ ଅବଗତ କରିବାକୁ ନିର୍ଦ୍ଦେଶ

କଟକ : ବେତନଟୀ ଆଦିବାସୀ ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ପ୍ରଦାନ କରାଯାଇଥିବା ମୃତ୍ୟୁଦଣ୍ଡ ଅନୁମୋଦନ ସଂପର୍କିତ ମାମଲା(ଡିଏସଆରଇଏଫ୍)ର ହାଇକୋର୍ଟ ଶୁଣାଣି କରି ଦଣ୍ଡାଦେଶ ବିରୋଧରେ ଅପିଲ ଦାୟର ହୋଇଛି କି ନାହିଁ ଅବଗତ କରିବା ଲାଗି ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ସେପ୍ଟେମ୍ବର ୧୮କୁ ଧାର୍ଯ୍ୟ କରାଯାଇଛି। ଜଷ୍ଟିସ ଏସ୍.କେ.ମିଶ୍ର ଓ ଡକ୍ଟର ଜଷ୍ଟିସ ଏ.‌କେ.ମିଶ୍ରଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏ ସଂପର୍କିତ ମାମଲାର ଶୁଣାଣି ଚାଲିଛି। ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ବାରିପଦା ଚିଲ୍‌ଡ୍ରେନ୍ କୋର୍ଟ ବିଚାରପତି ଅଭିଯୁକ୍ତ ଯାମିନୀକାନ୍ତ ମହାନ୍ତ(୨୫)କୁ ଦୋଷୀ ସାବ୍ୟସ୍ତ କରି ଅଗଷ୍ଟ ୨୮ରେ ଫାଶୀ ଦଣ୍ଡାଦେଶ ପ୍ରଦାନ କରିଥିଲେ। ନିମ୍ନ ଅଦାଲତ ମୃତ୍ୟୁଦଣ୍ଡ ଅନୁମୋଦନ ସଂପର୍କିତ ମାମଲା(ଡିଏସଆରଇଏଫ୍) ହାଇକୋର୍ଟରେ ଏବେ ବିଚାରାଧୀନ ରହିଛି।

ସମ୍ବନ୍ଧିତ ଖବର