ଭୁବନେଶ୍ବର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ନବଉତ୍କଳର ନିର୍ମାତା, ରାଷ୍ଟ୍ରନୀତିଜ୍ଞ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଦିବସ ବିଧାନସଭା ପରିସରରେ ପାଳିତ ହୋଇଯାଇଛି। କୋଭିଡ ନିୟମ ପାଳନ କରି ବିଧାନସଭାସ୍ଥିତ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଉପବାଚସ୍ପତି ରଜନୀକାନ୍ତ ସିଂ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ବିଧାୟକ ପ୍ରଫୁଲ୍ଲ ସାମଲ ପ୍ରମୁଖ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତପଥୀ ଓ ସୂଚନା ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ କୃପାସିନ୍ଧୁ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଉପଲକ୍ଷେ ଶାଶ୍ବତୀ ସାଂସ୍କୃତିକ ଅନୁଷ୍ଠାନର ସଂଗୀତ ଶିଳ୍ପୀମାନେ ବିଜୁ ବାବୁଙ୍କ ଉପରେ ଆଧାରିତ ସଂଗୀତ ପରିବେଷଣ କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/04/biju-babu.jpg)