କଳାହାଣ୍ଡି ଛାତ୍ର ବିଜେଡି ପକ୍ଷରୁ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି

ଭବାନୀପାଟଣା : ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ତଥା ପଞ୍ଚସଖାଙ୍କ ମଧ୍ୟରେ ଅନ୍ୟତମ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ କଳାହାଣ୍ଡି ଜିଲ୍ଲା ବିଜୁ ଯୁବ ଓ ଛାତ୍ର ଜନତା ଦଳ ତରଫରୁ ଭବାନୀପାଟଣା ସ୍ଥିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଉତ୍କଳମଣୀ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଆହ୍ୱାନ ଥିଲା, ‘ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା, ଭାଷା ହିଁ ଜାତିର ପ୍ରାଣ ସ୍ପନ୍ଦନ’ । ନିଃସ୍ୱାର୍ଥପର ସେବା, ଓଡ଼ିଆ ଭାଷା ଓ ସାହିତ୍ୟକୁ ସମୃଦ୍ଧ କରୁଥିବା ତାଙ୍କ ଅନନ୍ୟ ସାରସ୍ୱତ ସୃଷ୍ଟି ସହିତ ଶିକ୍ଷିତ ସମାଜ ଗଠନର ମୂଲ୍ୟବୋଧ ପାଇଁ ସେ ସର୍ବଦା ସ୍ମରଣୀୟ ରହିବେ ବୋଲି ବକ୍ତାମାନେ ମତ ପ୍ରକାଶ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଜେଡି ରାଜ୍ୟ କାର୍ଯ୍ୟକାରୀ ସଭାପତି ଅବିନାଶ ଠାକୁର, ରାଜ୍ୟ ଯୁବ ବିଜେଡି ଉପସଭାପତି ମଣ୍ଟୁ ନାଏକ, ଜିଲ୍ଲା ଯୁବ ବିଜେଡି ସଭାପତି ଆଦିତ୍ୟ ନନ୍ଦ, ଜୋନ ସଭାପତି ମନିନ୍ଦ୍ର ମହାନ୍ତି, ରାଜ୍ୟ ସାଧାରଣ ସମ୍ପାଦକ ଅଭିଷେକ ମହାପାତ୍ର, ଜିଲ୍ଲା ଛାତ୍ର ବିଜେଡି ସଭାପତି ଅଜିତ ସାହୁ, ଯୁବନେତା ଦିନେଶ ବଗର୍ତୀ, ଲବଣୀ ମହାନନ୍ଦ, ମଧୁ ନାଗ, କାମାକ୍ଷ ସିଂହଦେଓ ପ୍ରମୁଖ ସାମିଲ ହୋଇ ଉତ୍କଳମଣୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ ।

ସମ୍ବନ୍ଧିତ ଖବର