ଭୁବନେଶ୍ବର: ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୫ତମ ଶ୍ରାଦ୍ଧବାର୍ଷିକୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପରିସରସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପଗୁଚ୍ଛ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର, ଉପବାଚସ୍ପତି ରଜନୀକାନ୍ତ ସିଂହ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ରଘୁନନ୍ଦନ ଦାସ, ବରିଷ୍ଠ ବିଧାୟକ ଅନନ୍ତ ଦାସ, ପ୍ରଫୁଲ୍ଲ ସାମଲ, ଦେବୀ ମିଶ୍ର, ଶାସକ ଦଳର ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ଭୁବନେଶ୍ୱର (ମଧ୍ୟ) ବିଧାୟକ ଅନନ୍ତ ନାରାୟଣ ଜେନା, ଭୁବନେଶ୍ୱର (ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାନସଭା ସଚିବ ଦାଶରଥି ଶତପଥୀ, ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ, ବିଧାନସଭା ନିର୍ଦ୍ଦେଶକ (ଗବେଷଣା) କୃପାସିନ୍ଧୁ ମିଶ୍ର, ବିଧାନସଭାର ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ ପ୍ରମୁଖ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଏହି ଅବସରରେ ଶାଶ୍ବତୀ ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଣ୍ଠଶିଳ୍ପୀ ମାନେ ବିଜୁ ବାବୁଙ୍କ ସ୍ମୃତିରେ ସୁମଧୁର ସଂଗୀତ ପରିବେଷଣ କରିଥିଲେ।
ବିଧାନସଭା ପରିସରରେ ବିଜୁବାବୁଙ୍କୁ ଶ୍ରଦ୍ଧାଞ୍ଜଳି
/sambad/media/post_attachments/wp-content/uploads/2022/04/fsh4fsh4h654f65fhfhh.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)