ଭିଜିଲାନ୍ସ ଜାଲରେ ପଡ଼ିଥିବା ଅତିରିକ୍ତ ଏସ୍‌ପି ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର

ଜେଲ୍‌ରେ ତ୍ରି‌ନାଥ ମିଶ୍ରଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ପଡ଼ିଥିବା ଅତିରିକ୍ତ ଏସ୍‌ପି (କମ୍ୟୁନିକେସନ୍) ତ୍ରିନାଥ ମିଶ୍ରଙ୍କୁ ରାଜ୍ୟ ସରକାର ଚାକିରିରୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶ୍ରୀ ମିଶ୍ରଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି। ତାଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୧୫୨ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କୁ ଚାକିରିରୁ ବହିଷ୍କାର ବା ବାଧ୍ୟତାମୂଳକ ଅବସର ଦିଆଯାଇଛି।

ସୂଚନାଯୋଗ୍ୟ ଯେ ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଙ୍ଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଭିଜିଲାନ୍ସ ପକ୍ଷରୁ ଏକା ସମୟରେ ଚଢ଼ାଉ କରାଯାଇଥିଲା। ଏଥିରୁ ବିପୁଳ ପରିମାଣରେ ସମ୍ପତ୍ତି ଥିବାର ଜଣାଯାଇଥିଲା। ତାଙ୍କ ପାଖରୁ ସମୁଦାୟ ପ୍ରାୟ ୯ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମିଳିଥିଲା। ଶ୍ରୀ ‌ମିଶ୍ର ଭିଜିଲାନ୍ସ ଦ୍ବାରା ଗିରଫ ହୋଇ ଏବେ ଜେଲ୍‌ରେ ଅଛନ୍ତି।

ଏସଂପର୍କରେ ସରକାରଙ୍କ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି ଯେ ଅପରାଗ ଓ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ସରକାରଙ୍କ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଜାରି ରହିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଏଥିରେ ବ୍ୟତିକ୍ରମ ହେଉଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଏହି କ୍ରମରେ ଆଜି ତ୍ରିନାଥଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe