ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର, ଗୁଳି କରି ଗୋଟିଏ ପରିବାର ସଦସ୍ୟଙ୍କୁ ହତ୍ୟା

Advertisment
ଝାରସୁଗୁଡ଼ାରେ ଟ୍ରିପଲ୍ ମର୍ଡର, ଗୁଳି କରି ଗୋଟିଏ ପରିବାର ସଦସ୍ୟଙ୍କୁ ହତ୍ୟା

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ବଣିପାହାଡ଼ ଜଙ୍ଗଲ ପାଖରେ ଏକ କାର୍‌ରେ ମୃତକମାନେ ବସିଥିବା କୁହାଯାଉଛି। ଏହି ସମୟରେ ସେମାନଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବଣିପାହାଡ଼ ଲଖନପୁର ଥାନା ଆଦର୍ଶ ବିଦ୍ୟାଳୟ ଖେଳପଡ଼ିଆ ନିକଟରେ ଏହି ଅଭାବନୀୟ ଘଟଣା ଘଟିଛି।

ମୃତକମାନେ ବ୍ରଜରାଜନଗରର ଓରିଏଣ୍ଟ ଥାନା କାଳୀନଗର ଅଞ୍ଚଳର ବୋଲି ଜଣାପଡ଼ିଛି। ବାପା,ମା ଏବଂ ୭ ବର୍ଷର ଝିଅଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଛି। ସମସ୍ତଙ୍କ ମୁଣ୍ଡରେ ଗୁଳି ବାଜିଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସ୍ତ୍ରୀ ଏବଂ ଝିଅଙ୍କୁ ଗୁଳି କରିବା ପରେ ସ୍ବାମୀ ଆତ୍ମହତ୍ୟା କରିଥାଇ ପାରନ୍ତି ‌ବୋଲି ସନ୍ଦେହ କରାଯାଉଛି।

ଗୁରୁବାର ସକାଳେ ଖେଳପଡ଼ିଆ ଥିବା କାରରୁ ୩ ଜଣଙ୍କ ଗୁଳିବିନ୍ଧ ଉଦ୍ଧାର କରାଯାଇଥିଲା। କାର୍‌ ଭିତରେ ୩ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ିଥିବା ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ କାର୍ ଡୋର୍ ଲକ୍ ଭାଙ୍ଗି ମୃତଦେହକୁ ‌ଉଦ୍ଧାର କରିଥିଲା। ପୁଲିସ ଓ ସାଇଣ୍ଟିଫିକ୍‌ ଟିମ୍ ଘଟଣାର ତଦନ୍ତ କରୁଛନ୍ତି। କାହିଁକି ବ୍ୟକ୍ତି ଜଣଙ୍କ ଏପରି କଲେ ତାର କାରଣ ଜଣାପଡ଼ିନାହିଁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe