ଟ୍ରକ ଧକ୍କାରେ କନଷ୍ଟେବଳଙ୍କ ମୃତ୍ୟୁ

ଆଖିଫୁଟା ଗଣହତ୍ୟା ଘଟଣା: ତଥାପି ପୁଲିସ୍ ହାତ ଖାଲି

deccan herald

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ଡୁମୁରିଗୁଡ଼ାଠାରେ ଆଜି ଟ୍ରକ୍‌ ଧକ୍କାରେ ତୁରୁମୁଙ୍ଗା ଥାନାରେ କାର୍ଯ୍ୟରତ ଜଣେ କନେଷ୍ଟବଳଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ରଘୁନାଥ ମୁର୍ମୁ। ସେ ଆ‌ଜି ପୂର୍ବାହ୍ନ ୧୧ଟାବେଳେ ସାଇକଲରେ ଥାନାକୁ ଯାଉଥିବା ସମୟରେ ଯଶିପୁରରୁ କେନ୍ଦୁଝର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ତାଙ୍କୁ ଧକ୍କା ଦେଇଥିଲା।

ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କିଛି ସମୟ ପାଇଁ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଲୋକେ ରାସ୍ତାରୋକ କରିଥିଲେ। ପୁଲିସ ପହଞ୍ଚି ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା। ପୁଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରିବା ସହ ଚାଳକକୁ ଅଟକ ରଖି ପଚରାଉଚରା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe