୨ ଯାଏ ବୈଷୟିକ ଶିକ୍ଷାନୁଷ୍ଠାନରେ ପାଠପଢ଼ା ବନ୍ଦ

Advertisment
୨ ଯାଏ ବୈଷୟିକ ଶିକ୍ଷାନୁଷ୍ଠାନରେ ପାଠପଢ଼ା ବନ୍ଦ

photo-indiatoday

ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ଅଧୀନ ବିଶ୍ବବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ପାଠପଢ଼ା ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଆଜିଠାରୁ ମେ’ ୨ ପର୍ଯ୍ୟନ୍ତ ୟୁଜି(ସ୍ନାତକ) ଓ ପିଜି(ସ୍ନାତକତ୍ତୋର) ପାଠ୍ୟକ୍ରମର ଛାତ୍ରଛାତ୍ରୀଙ୍କ ପାଠପଢ଼ା ହେବ ନାହିଁ। ପାଠପଢ଼ା ବନ୍ଦ ରହିଲେ ମଧ୍ୟ ଛାତ୍ରଛାତ୍ରୀଙ୍କ ପରୀକ୍ଷା, ମୂଲ୍ୟାୟନ, ଗବେଷଣା ସମେତ ଅନ୍ୟାନ୍ୟ ପ୍ରଶାସନିକ କାର୍ଯ୍ୟ ପୂର୍ବଭଳି ଜାରି ରହିବ। ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନେ ନିଜ ନିଜ ଶିକ୍ଷାନୁଷ୍ଠାନରେ ଉପସ୍ଥିତ ରହି ସେମାନଙ୍କ ଦୈନଦିନ କାର୍ଯ୍ୟ କରିବେ। ଶିକ୍ଷାନୁଷ୍ଠାନ କର୍ତୃପକ୍ଷ ଯେଉଁ କାର୍ଯ୍ୟ ଦେବେ ତାହାକୁ ସେମାନେ ପାଳନ କରିବେ। ବିଭାଗୀୟ ଯୁଗ୍ମ ସଚିବ ରୋଜିନା ଦାଶ ଆଜି ବିପିୟୁଟି, ଭିସୁଟ୍‌ ସମେତ ବିଭାଗ ଅଧୀନ ବିଭିନ୍ନ ନିର୍ଦେଶାଳୟ, ସରକାରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି।

ସୂଚନାଯୋଗ୍ୟ, ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସ୍କୁଲ, କଲେଜ, ବିଶ୍ବବିଦ୍ୟାଳୟଗୁଡ଼ିକୁ ଛୁଟି ଘୋଷଣା କରିସାରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟଗୁଡ଼ିକ ଏପ୍ରିଲ ୩୦ ପର୍ଯ୍ୟନ୍ତ ଏବଂ ଉଚ୍ଚଶିକ୍ଷା ବିଭାଗ ଅଧୀନ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe