ତୁଳସୀ ମୁଣ୍ଡା ପାଇବେ ‘ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ’

ପୁରୀ : ପୁରୀ ଶ୍ରୀଜଗନ୍ନାଥ ଚେତନା ଗବେଷଣା ପ୍ରତିଷ୍ଠାନର ଏକାଦଶ ବାର୍ଷିକ ଉତ୍ସବ ଆସନ୍ତା ୧୦ ତାରିଖରେ ଅନୁଷ୍ଠିତ ହେବ। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଓ ଗଜପତି ମହାରାଜା ଦିବ୍ୟସିଂହ ଦେବ ଉଦ୍‌ଘାଟକ ଭାବେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ପ୍ରତିଭା ସମ୍ମାନ ଓ ଶ୍ରୀଜଗନ୍ନାଥ ଚେତନାର ପ୍ରଚାରକ ଶଙ୍କର୍ଷଣ ମଙ୍ଗରାଜଙ୍କୁ ଶ୍ରୀଜଗନ୍ନାଥ ଚେତନା ପ୍ରଚାରକ ସମ୍ମାନରେ ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ମହାସଚିବ ଡ. ନରେଶ ଚନ୍ଦ୍ର ଦାଶ କହିଛନ୍ତି।

ସେହିଭଳି କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଶ୍ରୀଜଗନ୍ନାଥ ମନ୍ଦିର ଓ ତାମିଲନାଡ଼ୁ କୋଏମ୍ବାଟୁରର ଶ୍ରୀଜଗନ୍ନାଥ ମନ୍ଦିରକୁ ଜାତୀୟସ୍ତରୀୟ ଶ୍ରୀଜଗନ୍ନାଥ ଚେତନା ସଂଗଠକ ସମ୍ମାନ ପ୍ରଦାନ କରାଯିବ ବୋଲି ଡ. ଦାଶ କହିଛନ୍ତି। ଏହି ଅବସରରେ ଶ୍ରୀଜଗନ୍ନାଥଙ୍କ ୫ଜଣ ସେବକ ଓ ସେବକ ପରିବାରର ସଦସ୍ୟଙ୍କୁ ଚିକିତ୍ସା ସହାୟତା ପ୍ରଦାନ କରାଯିବ। ଉତ୍ସବରେ ପ୍ରତିଷ୍ଠାନର ମୁଖପତ୍ର ଶ୍ରୀଜଗନ୍ନାଥ ଚେତନା ଲୋକାର୍ପିତ ହେବ ବୋଲି ସେ କହିଛନ୍ତି।

ସମ୍ବନ୍ଧିତ ଖବର