ଭୁବନେଶ୍ୱର : ଆସନ୍ତାକାଲି (ଶନିବାର) ଅପରାହ୍ଣ ୪ଟାରେ ଯୁକ୍ତ୨ କଳା ଓ ଧନ୍ଦାମୂଳକ ବିଭାଗ ପରୀକ୍ଷା ଫଳ ପ୍ରକାଶ ପାଇବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଉଭୟ ବିଭାଗର ପରୀକ୍ଷାଫଳକୁ ଉନ୍ମୋଚନ କରିବେ। ଏହାପରେ ଛାତ୍ରଛାତ୍ରୀ www.orissaresults.nic.in ୱେବ୍ସାଇଟ୍ରେ ସେମାନଙ୍କ ରୋଲ୍ ନମ୍ବର ଓ ଆବଶ୍ୟକ ତଥ୍ୟ ଦେଇ ପରୀକ୍ଷା ଫଳ ଜାଣିପାରିବେ। ଚଳିତ ବର୍ଷ ୨ ଲକ୍ଷ ୨୭ ହଜାର ଛାତ୍ରଛାତ୍ରୀ କଳା ବିଭାଗରେ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଭାଗରେ ୮ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।
Advertisment
Sambad is now on WhatsApp
Join and get latest news updates delivered to you via WhatsApp