ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଦୁଇଟି ପୁସ୍ତକ ଉନ୍ମୋଚିତ: ବିଜୟ ଅମୃତ କୁଲାଙ୍ଗେଙ୍କ ‘ଆଜିର ଦିନଟି ମୋର’, ରବିପ୍ରିୟ ଦାଶଙ୍କ ‘ଉର୍ବଶୀର ଗାଁ’

Advertisment
ରାଜ୍ୟ କ୍ୟାବିନେଟ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି; ୧୫ଟି ପ୍ରସ୍ତାବକୁ ମିଳିଲା ଅନୁମୋଦନ 

hindustan times

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବୀନ ନିବାସରେ ଦୁଇଟି ପୁସ୍ତକ ‘ଆଜିର ଦିନଟି ମୋର’ ଓ ‘ଉର୍ବଶୀର ଗାଁ’ ଉନ୍ମୋଚନ କରିଛନ୍ତି। ପ୍ରଥମ ପୁସ୍ତକ ‘ଆଜିର ଦିନଟି ମୋର’ ଆଇଏଏସ୍ ଅଧିକାରୀ ତଥା ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କ ଦ୍ବାରା ରଚିତ। ଏଥିରେ ସେ ତାଙ୍କ ଜୀବନର ସଂଘର୍ଷ ଓ ସଫଳତାକୁ ଅତି ଜୀବନ୍ତ ଭାବରେ ଉପସ୍ଥାପନ କରିଛନ୍ତି। ସଫଳତା ଉପରେ ସମସ୍ତଙ୍କର ଅଧିକାର ଅଛି । କିନ୍ତୁ ତାକୁ ଛୁଇଁବା ପାଇଁ ଦରକାର ଉଦ୍ୟମ, ସାଧନା ଓ ପ୍ରତିବଦ୍ଧତା। ପୁସ୍ତକଟି ଯୁବ ସମାଜ ପାଇଁ ପ୍ରେରଣାଦାୟୀ ହେବା ସହିତ ପାଠକୀୟ ଆଦୃତି ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ବରିଷ୍ଠ ସାମ୍ବାଦିକ ତଥା କବି ରବିପ୍ରିୟ ଦାଶଙ୍କ କବିତା ସଂକଳନ ‘ଉର୍ବଶୀର ଗାଁ’ ପୁସ୍ତକରେ ପ୍ରକୃତିର ମହନୀୟତା ସହିତ ତାଙ୍କ ଜୀବନ ଯାତ୍ରାର ଅନୁଭବକୁ ଉପସ୍ଥାପନ କରାଯାଇଛି। ମୁଖ୍ୟମନ୍ତ୍ରୀ ପୁସ୍ତକର ସଫଳତା କାମନା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe