ଆଉ ଦୁଇ ଦିନ କାଳବୈଶାଖୀ, ଜାରି ହେଲା ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ଆଜି ପୂର୍ବାହ୍ନ ୧୦ଟା ବେଳକୁ ଆକାଶରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ମଧ୍ୟାହ୍ନ ୧୨ଟା ସୁଦ୍ଧା ଉପକୂଳ ଓଡ଼ିଶା ସମେତ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ପ୍ରବଳ ବର୍ଷିଥିଲା। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯ‌ାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, ଢେଙ୍କାନାଳ ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇଥିଲା। ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିଥିଲା। ଏତେ ଦିନରେ ଏଭଳି ବର୍ଷା ଆଜି ରାଜ୍ୟବାସୀଙ୍କୁ ଆଶ୍ବସ୍ତ କରିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ସମ୍ଭାବନା ରହିଛି। ଫଳରେ ରାଜ୍ୟର ତାପମାତ୍ରା ଏବେ ଅପେକ୍ଷାକୃତ କମ୍‌ ରହିବ। ୨ ଦିନ ପରେ ତାପମାତ୍ରା ବୃଦ୍ଧି ପାରିପାରେ ବୋଲି ପାଣିପାଗ କେନ୍ଦ୍ର କହିଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବ। ବାଲେଶ୍ବର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବୌଦ୍ଧ, ନବରଙ୍ଗପୁର, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ସହ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେହିଭଳି ୧୩ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାରେ ଝଡ଼ତୋଫାନ ବର୍ଷା ହେବ। ଏଥିସହ ଗଜପତି, ରାୟଗଡ଼ା, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଥିଲାଗି ଆସନ୍ତା ଦୁଇ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ସମ୍ବନ୍ଧିତ ଖବର