ଭୁବନେଶ୍ୱର: ଆସନ୍ତା ମାର୍ଚ୍ଚ ୫ ତାରିଖରେ କେନ୍ଦ୍ର ଗୃହ ଓ ସମବାୟ ମନ୍ତ୍ରୀ ଅମିତ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଶାହଙ୍କ ଓଡ଼ିଶା ଗସ୍ତ ନଜରରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଗତକାଲି ସଂଧ୍ୟାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଲୋକସେବା ଭବନରେ ମୁଖ୍ୟ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରୁ ଜାଣିବାକୁ ମିଳିଛି ଯେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ମାର୍ଚ୍ଚ ୫ ତାରିଖ ସଂଧ୍ୟାରେ ସ୍ୱତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଓଡ଼ିଶାରେ ପହଞ୍ଚିବେ ।
ସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ
୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତସିଆଇଏସଏଫର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ଣରେ ଖୋର୍ଦ୍ଧା ଜିଲ୍ଲା ଜଟଣୀ ଠାରେ ଜାତୀୟ ଫୋରେନ୍ସିକ୍ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନଏଫଏସୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ୍ ବିଜ୍ଞାନ ପରୀକ୍ଷାଗାର ( ସିଏଫଏସଏଲ), ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସୀ ମାଧ୍ୟମରେ ଏନଏଫଏସୟୁ ଟ୍ରାନଜିଟ୍ କ୍ୟାମ୍ପସ , ଭୁବନେଶ୍ୱରର ଶୁଭ ଉଦ୍ଘାଟନ କରିବେ । ସେଦିନ ଅପରାହ୍ଣରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହ ଭୁବନେଶ୍ୱରସ୍ଥିତ ଇଡକୋ ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭିନ୍ନ ବିଭାଗ ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।
ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର ବିଶଦ୍ କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା । କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ଶେଷ କରିବାକୁ ମୁଖ୍ୟ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାର ପକ୍ଷରୁ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଓଡିଶା ଗସ୍ତ ପରିପ୍ରେକ୍ଷୀରେ ସମସ୍ତ ପ୍ରକାର ପ୍ରସ୍ତୁତି ନିଶ୍ଚିତ କରିବାକୁ ଗୃହ, ଶିଳ୍ପ ଏବଂ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେମନ୍ତ ଶର୍ମା ବିଭନ୍ନ ପ୍ରସ୍ତୁତି ନେଇ ସୂଚନା ଦେଇଥିଲେ।
Indian Navy: ବଙ୍ଗୋପସାଗରରେ ସରିଲା ଭାରତୀୟ ନୌସେନାର ସମରାଭ୍ୟାସ
ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ୱାଇ.ବି. ଖୁରାନିଆ, ସମବାୟ ବିଭାଗର ସଚିବ ରାଜେଶ ପ୍ରଭାକର ପାଟିଲ, ବିଏମସି କମିସନର ଚଞ୍ଚଳ ରଣା, ଖୋର୍ଦ୍ଧା ଜିଲ୍ଲାପାଳଙ୍କ ସମେତ ବିଭିନ୍ନ ବିଭାଗର ସଚିବ, ବରିଷ୍ଠ ପଦାଧିକାରୀ ଓ ପୁଲିସ ଅଧିକାରୀମାନେ ଉପସ୍ଥିତ ଥିଲେ । କଟକ ଜିଲ୍ଲାପାଳ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/10/24/amit-shah-2025-10-24-16-46-11.png)