ରାଜ୍ୟରେ ଦୁଇ ଦିନ ଅତିପ୍ରବଳ ବର୍ଷା; ରବିବାର ୮, ସୋମବାର ୯ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ବର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଶନିବାର ସକାଳେ ଅଧିକ ଘନୀଭୂତ ହୋଇ ଲଘୁଚାପର ରୂପ ନେଇଛି। ଏହି ଲଘୁଚାପ କ୍ଷେତ୍ର ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ ଏବଂ ଧୀରେଧୀରେ ଅଧିକ ଘନୀଭୂତ ହୋଇ ଅବପା‌ତରେ ପରିଣତ ହେବ। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳ ଉପରେ ଏହା ଅବପାତର ରୂପ ନେବ। ଏହାର ପ୍ରଭାବରେ ରବିବାର ଦିନ ରାଜ୍ୟର ୮ ଜିଲ୍ଲା ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱ‌ା‌ର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଆସନ୍ତାକାଲି ଗଞ୍ଜାମ, ବାଲେଶ୍ବର, ନୟାଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୋନପୁର, ବଲାଙ୍ଗୀର ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

ସେହିପରି ୧୩ ତାରିଖ ଦିନ ଅନୁଗୁଳ, ଦେବଗଡ଼, କେନ୍ଦୁଝର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ବରଗଡ଼, ବଲାଙ୍ଗୀର ଓ ସୋନପୁର ଆଦି ଜିଲ୍ଲାରେ ଅତିପ୍ରବଳ ବର୍ଷା ଅଶାଙ୍କାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଥିସହ ସେହି ଦିନ କଳାହାଣ୍ଡି, କନ୍ଧମାଳ, ‌ବୌଦ୍ଧ, ନୂଆପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଳାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୪ ତାରିଖ ଦିନ ମଧ୍ୟ ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ ଓ ‌କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ସମ୍ବନ୍ଧିତ ଖବର