କଟକରେ ପୋଲ ଭୁଶୁଡ଼ିବା ଘଟଣା: ୨ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

Advertisment
କଟକରେ ପୋଲ ଭୁଶୁଡ଼ିବା ଘଟଣା: ୨ ଜଣଙ୍କର ମୃତ୍ୟୁ, ଜଣେ ଗୁରୁତର

କଟକ: କଟକ ସହରର ଛତ୍ରବଜାର ପରିବା ମାର୍କେଟ ନିକଟରେ ନିର୍ମାଣାଧୀନ ପୋଲ ଭୁଶୁଡ଼ିବା ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଏହି ଘଟଣାରେ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡ଼ିଛି। କଟକ ଡିସିପି  ପ୍ରତୀକ ସିଂହ ଏହି ସୂଚନା ଦେଇଛନ୍ତି। ଡିସିପି ଶ୍ରୀ ସିଂହ କହିଛନ୍ତି ଯେ, ନିର୍ମାଣାଧୀନ ପୋଲ ଭୁଶୁଡ଼ିବା ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସଂପୃକ୍ତ ବ୍ୟକ୍ତିଙ୍କର ଚିକିତ୍ସା ଜାରି ରହିଛି।

ସୂଚନାଯୋଗ୍ୟ ଆଜି ସନ୍ଧ୍ୟାରେ ମାଟି ଅତଡ଼ା ଖସିବାରୁ ଅଘଟଣ ଘଟିଥିଲା। ଛତ୍ରବଜାର ପୋଲ ନିକଟ ପୁରୁଣା କାନ୍ଥ ଭୁଶୁଡ଼ିବାରୁ ମାଟି ଅତଡ଼ା ଖସିଥିବାରୁ ସେଠାରେ କାର୍ଯ୍ୟରତ ଆହତମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।

ଛତ୍ରବଜାରରୁ ମାଲଗୋଦାମ ସଂଯୋଗ କରୁଥିବା ନିର୍ମାଣାଧୀନ ପୋଲ ଆଜି ସନ୍ଧ୍ୟାରେ ଭୁଶୁଡ଼ି ପଡ଼ିଥିଲା। ଦୁର୍ଘଟଣା ସମୟରେ କିଛି ଶ୍ରମିକ କାମ କରୁଥିଲେ। ହଠାତ୍‌ ପୋଲ ନିକଟରେ ମାଟି ଅତଡ଼ା ଖସିଯିବାରୁ ଶ୍ରମିକମାନେ ଫସିଯାଇଥିଲେ। ସୂଚନା ମିଳିବା ପରେ ପୁଲିସ ଓ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳକୁ ପହଞ୍ଚି ଥିଲା। ଘଟଣାସ୍ଥଳରୁ ୩ ଜଣଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ବଡ଼ମେଡିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ଉଦ୍ଧାର କାର୍ଯ୍ୟ ଜାରି ସମୟରେ ଯାତାୟତ ପ୍ରଭାବିତ ହୋଇଥିଲା। ତେବେ ନିର୍ମାଣଧୀନ ପୋଲ ଭୁଶୁଡ଼ିବା ନେଇ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି, ଘଟଣାର ତଦନ୍ତ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe