he Hans India
ବ୍ରହ୍ମପୁର : ହିଞ୍ଜିଳିକାଟୁଥାନା ଅନ୍ତର୍ଗତ ବରପଲ୍ଲୀ ଗ୍ରାମ ଡାଲଖାଇ ମନ୍ଦିର ନିକଟରେ ରବିବାର ସନ୍ଧ୍ୟାରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ବ୍ରହ୍ମପୁର ସଦରଥାନା ଅନ୍ତର୍ଗତ ସିକୁଳିପଲ୍ଲିର ଏସ୍. ସୁନୀଲ(୩୮) ଓ ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ମକରଝୋଳ ଗ୍ରାମର ଜି. ଗୁଜୁରୀ ମୋହନ(୪୦)ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ଲକ୍ଷ୍ମୀ ନାରାୟଣପୁରର ଏସ୍ କୃଷ୍ଣଙ୍କ ପୁଅ ଆଶିଷ (୧୪) ଗୁରୁତର ଭାବେ ଆହତ ହୋଇଛନ୍ତି।
ମିଳିଥିବା ସୂଚନା ଅନୁସାରେ ଏସ୍ ସୁନୀଲ (OD07w0212) ବାଇକ୍ ଯୋଗେ ବ୍ରହ୍ମପୁର ଯାଉଥିବା ବେଳେ ବିପରୀତ ଦିଗରୁ ଜି.ମୋହନ ଓ ଆଶିଷ (OD07y4991) ବାଇକ୍ ଯୋଗେ ଆସୁଥିବା ବେଳେ ବରପଲ୍ଲୀ ନିକଟରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ମେଡିକାଲକୁ ପଠାଇଥିଲେ। ସେଠାରେ ଡାକ୍ତର ସୁନୀଲ୍ଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଆଶିଷଙ୍କ ଅବସ୍ଥା ଗୁରୁତର ହେତୁ ତାଙ୍କୁ କଟକ ବଡ଼ ମେଡିକାଲକୁ ପଠାଯାଇଛି।
Follow Us