ଟାଙ୍ଗୀ : ହାତୀ ଆକ୍ରମଣରେ ୨ ମୃତ, ଜଣେ ଗୁରୁତର

Advertisment
ମନୁଷ୍ୟ-ବନ୍ୟପ୍ରାଣୀ ସଂଘର୍ଷ: ମୃତାହତ ବ୍ୟକ୍ତିଙ୍କ ପାଇଁ ଅନୁକମ୍ପା ରାଶି ବଢ଼ିଲା

image source-sentinelassam.com

ଖୋର୍ଦ୍ଧା : ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଅଞ୍ଚଳରେ ଗତକାଲି ରାତିରେ ହାତୀ ଆକ୍ରମଣରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।

ସୂଚନାନୁସାରେ ଟାଙ୍ଗୀ ରେଞ୍ଜର ହଜ ଓ କଲରାଝର ଗାଁ’ରେ ଗତକାଲି ରାତିରେ ହାତୀ ପଶି ଆକ୍ରମଣ କରିବାରୁ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ରାତିରେ ଘରେ ଶୋଇଥିବା ବେଳେ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଗୁରୁତର ଆହତଙ୍କୁ ଖୋର୍ଦ୍ଧା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏମ୍‌ସକୁ ସ୍ଥାନାନ୍ତରିତ କରାଯାଇଥିବା ସୂଚନା ମିଳିଛି। ଏହି ଘଟଣା ପରେ ଗାଁ’ ଲୋକଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe